ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଦାରିଙ୍ଗବାଡି,୧୯ା୧୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରେ ପଞ୍ଚାୟତିରାଜ, ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ବହୁ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ବୁଧବାର ଦାରିଙ୍ଗବାଡି ବ୍ଲକ ପ୍ଲିହେରୀ ପଞ୍ଚାୟତର ୩୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ନୂତନ କୋଠା ଉଦ୍‌ଘାଟନ କରିଥିଲେ। ସେଠାରେ ଆବଶ୍ୟକ ଭିତ୍ତିଭୂମି ପୂରଣ କରି ଏହାର ବିକାଶ କରିବାକୁ ଜନସାଧାରଣ ଦାବି କରିଥିଲେ। ଏଥିପାଇଁ ମନ୍ତ୍ରୀ ସ୍ଥାନୀୟ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଏବଂ ପିଡି ବିଶ୍ୱନାଥ ବାରିକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ପଞ୍ଚାୟତ ସମିତି ଅଧୀନରେ ୨୫ ପଞ୍ଚାୟତ ରହିଥିବାବେଳେ ମାତ୍ର ୮ଜଣ ଯନ୍ତ୍ରୀ ରହିଛନ୍ତି। ତେଣୁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବା ଅଭିଯୋଗରେ ଶୀଘ୍ର ପଦକ୍ଷେପ ନେବେ ବୋଲି କହିଥିଲେ। ପରେ ବାଡାବାଙ୍ଗା ପଞ୍ଚାୟତ ସିକକେତାକୁ ପାଇପ ଯୋଗେ ଜଳ ଯୋଗାଣ କରାଯିବାକୁ ଥିବା ନୂତନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ସମୟରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ, ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ, ସମିତିର ସହକାରୀ ନିର୍ବାହୀ ଯନ୍ତ୍ରୀ ବବ୍ରୁବାହନ ବେହେରା, ପ୍ଲିହେରୀ ସରପଞ୍ଚ ତିମତି ପ୍ରଧାନ, ଜଳ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ସୁରେଶ ଚନ୍ଦ୍ର ମହନ୍ତ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅମିତ କୁମାର ସେଠୀ, ଯନ୍ତ୍ରୀ ଜ୍ୟୋତି ରଞ୍ଜନ ଦାସ, ଜୀବନେଶ୍ୱର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ ଦାରିଙ୍ଗବାଡି ପରେ କ.ନୂଆଗଁା ବ୍ଲକ ଅଞ୍ଚଳ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ,...

ନିର୍ବାଚନ ପୂର୍ବରୁ ଝଟ୍‌କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ

ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri