ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ତିହିଡ଼ି, ୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଦୋଳସାହି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ମନ୍ମଥନାଥ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ପଞ୍ଚାୟତର ଜଣେ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାମ ଅନୁଯାୟୀ ଅଧିକ ବିଲ୍‌ କରାଇଥିବାରୁ ଜିଲାପାଳ ଜ୍ଞାନରଞ୍ଜନ ଦାସ ତାଙ୍କୁ ନିଲମ୍ବନ କରିଛନ୍ତି। ଦୋଳସାହି ପଞ୍ଚାୟତ ଅଧୀନ ଦୋଳସାହି ଗ୍ରାମର ବିଦ୍ୟାଧର ନାୟକ ନାମକ ଜଣେ ହିତାଧିକାରୀ ପୁରୁଣା ଘର ଦେଖାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୯୦ ହଜାର ଟଙ୍କା ବିଲ୍‌ କରାଇ ନେଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର କେତେକ ଅଧିବାସୀ ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓଙ୍କୁ ଭେଟି ଏ ସମ୍ପର୍କରେ ଅଭିଯୋଗ କରିଥିଲେ। ପରେ ଜିଲାପାଳ ଏହାର ତଦନ୍ତ କରି ରିପୋର୍ଟ ଦେବାକୁ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଡିଓ ରିପୋର୍ଟ ପ୍ରଦାନ କରିବା ପରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri