ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୭।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇ ଘଟଣାକୁ ଆତ୍ମହତ୍ୟା ରୂପ ଦେବାକୁ ଚେଷ୍ଟା କରାଯାଉଛି ବୋଲି ଆଲୋଚନା ହେଉଛି। ଖବର ପାଇ ପୋଲିସ ଧର୍ମଶାଳା ଡାକ୍ତରଖାନାରେ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହ ବଡ଼ଚଣା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା(୧୬/୨୦୧୯) ରୁଜୁ କରାଯାଇଛି। ଅପରପକ୍ଷରେ ଝିଅ ଆତ୍ମହତ୍ୟା କରିଛି କି ତାଙ୍କୁ ହତ୍ୟା କରାଯାଇଛି ସେନେଇ ବିହିତ ତଦନ୍ତ ପାଇଁ ସ୍ମିତାରାଣୀଙ୍କ ବାପା ସଦାନନ୍ଦ ବିଶ୍ୱାଳ ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ପିଇଓ ସ୍ମିତାରାଣୀ ମଙ୍ଗଳବାର ୧୫ତାରିଖ ଥିବାରୁ ଭତ୍ତା ବାଣ୍ଟିଥିଲେ। ବୁଧବାର ଅବଶିଷ୍ଟ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିବାକୁ ଚାରିବାଟିଆ ଓ ଶୁଭଦ୍ରାପୁର ଗ୍ରାମକୁ ଯାଇଥିଲେ। ତାଙ୍କ ହରିଦାସପୁର ପଞ୍ଚାୟତ ସରପଞ୍ଚ ମଧୁସ୍ମିତା ଭଦ୍ର ମଧ୍ୟ ଯାଇଥିଲେ। ସେଠାରୁ ପଞ୍ଚାୟତ କାର୍ଯ୍ୟାଳୟ ଫେରି ମଧ୍ୟାହ୍ନ ଭୋଜନ ନିମନ୍ତେ ନିକଟରେ ଥିବା ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟକୁ ଯାଇଥିଲେ। ତେବେ ଖାଇବା ପୂର୍ବରୁ ବାଥ୍‌ରୁମକୁ ଯାଉଛି କହି ସେ ଉପର ମହଲାର ଏକ କୋଠରିକୁ ଯାଇଥିଲେ। ସେଠାରୁ ଫେରିବାରେ ବିଳମ୍ବ ହେବାରୁ ତଳେ ଅପେକ୍ଷାରତ ସରପଞ୍ଚଙ୍କ ସ୍ବାମୀ ଓ ସହଯୋଗୀମାନେ ତାଙ୍କୁ ଡାକିବାକୁ ଯାଇଥିଲେ। ତେବେ ଭିତରପଟୁ କବାଟ ବନ୍ଦଥିବାରୁ ସେମାନେ ଡାକ ମାରିଥିଲେ ା ରୁମ୍‌ ଭିତରୁ କିଛି ଜବାବ ନ ଆସିବାରୁ ସେମାନେ କବାଟଭାଙ୍ଗି ଭିତରେ ପ୍ରବେଶ କରିବା ବେଳକୁ ସ୍ମୀତାରାଣୀ ବେକରେ ଓଢ଼ଣି ଲଗାଇ ଫ୍ୟାନରେ ଝୁଲୁଥିବା ଦେଖିବାକୁ ପାଇଥିଲେ ବୋଲି ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ର କହିଛନ୍ତି। ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଜଣେ ମହିଳା ପିଇଓ ଅଫିସ କାର୍ଯ୍ୟରେ ଥିବାବେଳେ ଖାଇବାକୁ ଯାଇ କୋଠରି ମଧ୍ୟରେ ଆତ୍ମହତ୍ୟା କରିବା ଘଟଣାକୁ ସ୍ଥାନୀୟ ଅଞ୍ଚଳବାସୀ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି। ମୃତା ସ୍ମୀତାରାଣୀଙ୍କ ବାପାଘର ଚୋରମୁହାଁ ଗ୍ରାମ ହୋଇଥିବାବେଳେ ସେ ଜେନାପୁର ଥାନା ଭୁବନପୁର ଗ୍ରାମର ସୁଶୀଲ କୁମାର ବିଶ୍ୱାଳଙ୍କୁ ୮ ବର୍ଷ ତଳେ ବିବାହ କରିଥିଲେ। ତାଙ୍କର ସାତ ବର୍ଷର ଏକ ଝିଅ ରହିଛି। ସ୍ବାମୀ ସୁଶୀଲ ତାଳଚେରସ୍ଥିତ ଏନ୍‌ଟିପିସିରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri