ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୭।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇ ଘଟଣାକୁ ଆତ୍ମହତ୍ୟା ରୂପ ଦେବାକୁ ଚେଷ୍ଟା କରାଯାଉଛି ବୋଲି ଆଲୋଚନା ହେଉଛି। ଖବର ପାଇ ପୋଲିସ ଧର୍ମଶାଳା ଡାକ୍ତରଖାନାରେ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହ ବଡ଼ଚଣା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା(୧୬/୨୦୧୯) ରୁଜୁ କରାଯାଇଛି। ଅପରପକ୍ଷରେ ଝିଅ ଆତ୍ମହତ୍ୟା କରିଛି କି ତାଙ୍କୁ ହତ୍ୟା କରାଯାଇଛି ସେନେଇ ବିହିତ ତଦନ୍ତ ପାଇଁ ସ୍ମିତାରାଣୀଙ୍କ ବାପା ସଦାନନ୍ଦ ବିଶ୍ୱାଳ ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ପିଇଓ ସ୍ମିତାରାଣୀ ମଙ୍ଗଳବାର ୧୫ତାରିଖ ଥିବାରୁ ଭତ୍ତା ବାଣ୍ଟିଥିଲେ। ବୁଧବାର ଅବଶିଷ୍ଟ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିବାକୁ ଚାରିବାଟିଆ ଓ ଶୁଭଦ୍ରାପୁର ଗ୍ରାମକୁ ଯାଇଥିଲେ। ତାଙ୍କ ହରିଦାସପୁର ପଞ୍ଚାୟତ ସରପଞ୍ଚ ମଧୁସ୍ମିତା ଭଦ୍ର ମଧ୍ୟ ଯାଇଥିଲେ। ସେଠାରୁ ପଞ୍ଚାୟତ କାର୍ଯ୍ୟାଳୟ ଫେରି ମଧ୍ୟାହ୍ନ ଭୋଜନ ନିମନ୍ତେ ନିକଟରେ ଥିବା ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟକୁ ଯାଇଥିଲେ। ତେବେ ଖାଇବା ପୂର୍ବରୁ ବାଥ୍‌ରୁମକୁ ଯାଉଛି କହି ସେ ଉପର ମହଲାର ଏକ କୋଠରିକୁ ଯାଇଥିଲେ। ସେଠାରୁ ଫେରିବାରେ ବିଳମ୍ବ ହେବାରୁ ତଳେ ଅପେକ୍ଷାରତ ସରପଞ୍ଚଙ୍କ ସ୍ବାମୀ ଓ ସହଯୋଗୀମାନେ ତାଙ୍କୁ ଡାକିବାକୁ ଯାଇଥିଲେ। ତେବେ ଭିତରପଟୁ କବାଟ ବନ୍ଦଥିବାରୁ ସେମାନେ ଡାକ ମାରିଥିଲେ ା ରୁମ୍‌ ଭିତରୁ କିଛି ଜବାବ ନ ଆସିବାରୁ ସେମାନେ କବାଟଭାଙ୍ଗି ଭିତରେ ପ୍ରବେଶ କରିବା ବେଳକୁ ସ୍ମୀତାରାଣୀ ବେକରେ ଓଢ଼ଣି ଲଗାଇ ଫ୍ୟାନରେ ଝୁଲୁଥିବା ଦେଖିବାକୁ ପାଇଥିଲେ ବୋଲି ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ର କହିଛନ୍ତି। ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଜଣେ ମହିଳା ପିଇଓ ଅଫିସ କାର୍ଯ୍ୟରେ ଥିବାବେଳେ ଖାଇବାକୁ ଯାଇ କୋଠରି ମଧ୍ୟରେ ଆତ୍ମହତ୍ୟା କରିବା ଘଟଣାକୁ ସ୍ଥାନୀୟ ଅଞ୍ଚଳବାସୀ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ସୂଚନା ଦେଇଛି। ମୃତା ସ୍ମୀତାରାଣୀଙ୍କ ବାପାଘର ଚୋରମୁହାଁ ଗ୍ରାମ ହୋଇଥିବାବେଳେ ସେ ଜେନାପୁର ଥାନା ଭୁବନପୁର ଗ୍ରାମର ସୁଶୀଲ କୁମାର ବିଶ୍ୱାଳଙ୍କୁ ୮ ବର୍ଷ ତଳେ ବିବାହ କରିଥିଲେ। ତାଙ୍କର ସାତ ବର୍ଷର ଏକ ଝିଅ ରହିଛି। ସ୍ବାମୀ ସୁଶୀଲ ତାଳଚେରସ୍ଥିତ ଏନ୍‌ଟିପିସିରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri