ପଞ୍ଚାୟତ କ୍ଷମତାକୁ ସଙ୍କୁଚିତ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୫ା୩(ବ୍ୟୁରୋ): ପଞ୍ଚାୟତିରାଜ ବ୍ୟବସ୍ଥାର ଅସଲ ଉଦ୍ଦେଶ୍ୟ ଶାସନକୁ ବିକେନ୍ଦ୍ରୀକରଣ କରିବା। ଏହା ହେଲେ ସାଧାରଣ ଜନତାଙ୍କ ପାଖରେ ଯୋଜନା ପହଞ୍ଚିବାରେ ସହଜ ହୋଇପାରିବ। କିନ୍ତୁ ରାଜ୍ୟରେ ଦିନକୁ ଦିନ ପଞ୍ଚାୟତ କ୍ଷମତାକୁ ସରକାର ସଙ୍କୁଚିତ କରିବାରେ ଲାଗିଛନ୍ତି। ଶାସନ ବ୍ୟବସ୍ଥାର ବିକେନ୍ଦ୍ରୀକରଣ କରିବା ବଦଳରେ ସରକାର ଲୋକସେବା ଭବନରେ କେନ୍ଦ୍ରୀକରଣ କରିବାରେ ଲାଗିଛନ୍ତି। ଗାଁର କଥା ଗାଁରେ ନୁହେଁ ରାଜଧାନୀରୁ ନିୟନ୍ତ୍ରଣ କରିବା ପାଇଁ ସରକାର ଚେଷ୍ଟା କରୁଛନ୍ତି। ଏହାଦ୍ୱାରା ପଞ୍ଚାୟତ କ୍ଷମତାକୁ ସଙ୍କୁଚିତ କରି ସେଗୁଡିକୁ ପଙ୍ଗୁ କରୁଛନ୍ତି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସମୀର କହିଛନ୍ତି ଯେ ବିଜେଡି ପଞ୍ଚାୟତିରାଜ ବ୍ୟବସ୍ଥାକୁ ଦଳର ସ୍ବାର୍ଥ ରକ୍ଷା ଓ ଭୋଟ ବ୍ୟାଙ୍କ ରାଜନୀତି ପାଇଁ ବ୍ୟବହାର କରୁଛିି। ଅଫିସର ରାଜ ଚଳାଇବା ପାଇଁ ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ଅଣଦେଖା କରାଯାଉଛି। ବିଜେଡିର ସ୍ବାର୍ଥ ରକ୍ଷା ପାଇଁ ଗ୍ରାମର ବିକାଶ ଓ ପଞ୍ଚାୟତ ଜନପ୍ରତିନିଧି ୱାର୍ଡ ମେମ୍ବର, ସମିତି ସଭ୍ୟ ଓ ଜିଲା ପରିଷଦ ସଦସ୍ୟଙ୍କୁ ସମ୍ପୂର୍ଣ୍ଣରୂପେ ଅଣଦେଖା, ଅବହେଳିତ ଓ ଅପମାନିତ କରିବା ଏ ସରକାରର ପ୍ରାଥମିକତା। ବିଜୁ ଜୟନ୍ତୀକୁ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରୁଛନ୍ତି। ମାତ୍ର ବାସ୍ତବରେ ଏଭଳି କରି ଯୋଜନାବଦ୍ଧ ଭାବେ ପଞ୍ଚାୟତକୁ ପଙ୍ଗୁ କରିବାକୁ ଚେଷ୍ଟା କରାଯାଉଛି। ପଞ୍ଚାୟତଗୁଡିକୁ କେନ୍ଦ୍ର ସରକାର ୪୦ ଲକ୍ଷ ପରିବର୍ତ୍ତେ ୧କୋଟି ଟଙ୍କାର ଅନୁଦାନ ଦେଉଛନ୍ତି। ଏହାକୁ ଖର୍ଚ୍ଚ କରିବାର କ୍ଷମତା ପଞ୍ଚାୟତକୁ ଦିଆଯାଇଛି। କିନ୍ତୁ ସରକାର ପର୍ଯାୟକ୍ରମେ ପଞ୍ଚାୟତକୁ ତା’ର ଅଧିକାରରୁ ବଞ୍ଚିତ କରି ସେହି ଅର୍ଥକୁ ଅନ୍ୟ ବାଟରେ ଖର୍ଚ୍ଚ କରୁଛନ୍ତି ବୋଲି ସମୀର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri