ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ବରଗଡ଼ ଅଫିସ,୮।୮: ବରଗଡ଼ ପଞ୍ଚାୟତ ସମିତି ପରିସରରେ ଗୁରୁବାର ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହା ସହିତ ମଧୁବାବୁ ପେନ୍‌ସନ, ବିଜୁ ପକ୍କାଘର ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କୁ ଭତ୍ତା ଓ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତୀବାସ ରାଉତ, ଡିଡିଓ ଶରତ ବାଗ୍‌ ପ୍ରମୁଖ ଉପସ୍ଥିତ ଥିଲେ।