ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି। ଅଧ୍ୟକ୍ଷା ବରିହା ତାଙ୍କ ଏତଲାରେ ହରିଶଙ୍କର ଗେଟ ନିର୍ମାଣ କାମକୁ ନେଇ ଦୁର୍ବ୍ୟବହାର, ଗାଲିଗୁଳଜ, ଧମକଚମକ ସହ ଜାତିଆଣ ଆକ୍ଷେପ କରାଯାଇଥିବା ଉଲ୍ଲେଖ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଥାନାରେ ଏକ ମାମଲା(ନଂ.୨୦୯/୧୯)ଧାରା ୩(୧) ଅନୁସୂଚୀତ ଜାତିଜନଜାତି ନିର୍ଯାତନା ନିରୋଧ ଆଇନ ସହିତ ବିଭିନ୍ନ ଦଫାରେ ଖପ୍ରାଖୋଲ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ କଳାକାହ୍ନୁ ବାରିକ, ପଞ୍ଚୁଦେବ ସାହୁ, ତାପସ ରଞ୍ଜନ ବେହେରା, ସୁଶୀଲ ପଧାନ ଓ ରମେଶ ପଧାନ ନାଁରେ ମାମଲା ରୁଜୁ ହୋଇଥିବା ଆଇଆଇସି ଜ୍ୟୋତିରଞ୍ଜନ ପତି ପ୍ରକାଶ କରିଛନ୍ତି। ସେହିପରି ସମିତି ସଭ୍ୟ କଲାକାହ୍ନୁ ବାରିକ ମଧ୍ୟ ପଞ୍ଚାୟତ ସମିତି ଅଧ୍ୟକ୍ଷା ବରିହାଙ୍କ ସମେତ ରଘୁନାଥ ବରିହା, ରବି ସାହୁ, ହେମସାଗର ସାହୁଙ୍କ ନାମରେ ଥାନାରେ ପାଲଟା ଅଭିଯୋଗ କରିଛନ୍ତି। ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟରେ ତାଙ୍କୁ ଗାଲିଗୁଲଜ କରିଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ଏହାକୁ ଭିତ୍ତି କରି ଥାନାରେ ଏକ ମାମଲା(ନଂ.୨୧୦/୧୯)ରୁଜୁ ହୋଇଛି ା ସେହିପରି ପରମା ସୁନା ନାମକ ଜଣେ ବ୍ୟକ୍ତି ତାଙ୍କୁ ଅଧ୍ୟକ୍ଷାଙ୍କ ସ୍ବାମୀ ରଘୁନାଥ ବରିହା, ରବି ସାହୁ, ହେମସାଗର ସାହୁ, ମୂରଲୀ ନାଏକଙ୍କ ନାଁରେ ଗାଲିଗୁଲଜ ସହ ଜାତିଆଣ ଆକ୍ଷେପ କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଥାନାରେ ଏକ ମାମଲା (ନଂ.୩୧୧/୧୯)ରୁଜୁ ହୋଇଛି ା
ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..
ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…
କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…
ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…
ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…
ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…
ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…
ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ
ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…
କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…
ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…
ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ
ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର…
ଏସ୍ଏଚ୍ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…
ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍ଏଚ୍ଜିଙ୍କ ପାଇଁ…
Archives

