କେନ୍ଦୁଝର, ୨୯ା୩(ସ୍ବ.ପ୍ର.)- ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ କେନ୍ଦୁଝର ଜିଲା ସଦର ବ୍ଲକର ୨୫ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି। ଏନେଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଶିବଚରଣ ବାଗ ସୂଚନା ଦେଇଛନ୍ତି। ଏଠାରେ ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ ରଖାଯାଇ ସ୍ବାସ୍ଥ୍ୟାବସ୍ଥା ନିରୀକ୍ଷଣ କରାଯିବ ଓ ମାଗଣା ଖାଦ୍ୟ ଯୋଗାଇ ଦିଆଯିବ। ସ୍ଥାନୀୟ ସରପଞ୍ଚ ଏହାକୁ ବୁଝାଶୁଝା କରିବେ। ସେମାନଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଦଳ ଓ ବ୍ଲକର ଏକ ଦଳ ଦାୟିତ୍ୱରେ ରହି ଯାଞ୍ଚ କରିବେ। ସ୍ଥାନୀୟ ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ ଚିହ୍ନଟ କାର୍ଯ୍ୟ କରିବେ। ଏସବୁ ପଞ୍ଚାୟତରେ ୧୦୦ ଶଯ୍ୟା ବିଶିଷ୍ଟ କେନ୍ଦ୍ର ଖୋଲାଯାଇଛି। ଏହି କେନ୍ଦ୍ରରେ ଥିବା କୌଣସି ଲୋକଙ୍କର କରୋନା ସଂକ୍ରମଣ ଲକ୍ଷଣ ଜଣାପଡିଲେ ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇବାକୁ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦିଆଯାଇଛି ା ସେହିପରି ଜିଲାର ଅନ୍ୟାନ୍ୟ ପଞ୍ଚାୟତରେ ମଧ୍ୟ ସତର୍କତାମୂଳକ ଭାବେ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, କେନ୍ଦୁଝର View All
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…
ପୁଶିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ
ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…
ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…
ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…
ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ
ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…
କଲ୍ୟାଣସିଂହପୁର ବ୍ଲକ୍ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ
କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…
Archives

