ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ଶ୍ରମିକଙ୍କ ଦୁର୍ଦ୍ଦଶା ମଧ୍ୟ ସରୁନି l ଲକ୍‌ଡାଉନ ଅବଧି ପୁଣି ବୃଦ୍ଧି ପାଇଥିବାରୁ ଗାଡ଼ିମୋଟର ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି l କମ୍ପାନୀ ବନ୍ଦ ରହିଥିବାରୁ କାମଧନ୍ଦା ବି ବନ୍ଦ ରହିଛି। ଫଳରେ ଖାଇବାକୁ ନ ପାଇ ଭୋକଉପାସରେ ପଡ଼ିରହିଛନ୍ତି। ଏନେଇ ଶ୍ରମିକଙ୍କ ପରିବାର ପକ୍ଷରୁ ପଞ୍ଚାୟତ ଅଫିସରେ ପଞ୍ଜୀକରଣ ସରିଛି।
ପ୍ରକାଶଯେ, କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର କ.ନୂଆଗାଁ ବ୍ଲକ ଅନ୍ତର୍ଗତ ଶିର୍ତ୍ତିଗୁଡ଼ା ପଞ୍ଚାୟତର ୧୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଚିତୋର ଜିଲାର ଶ୍ରୀସିଟି ଅଞ୍ଚଳରେ ଏକ ଘରୋଇ ସଂସ୍ଥାରେ ବିଲଡିଂ ନିର୍ମାଣ କାମରେ ୬ ମାସହେବ ନିୟୋଜିତ ଥିଲେ। ଲକ୍‌ଡାଉନ୍‌ ଯୋଗୁ ସେମାନଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି l ଗାଁକୁ ଫେରିଆସିବାକୁ ସେମାନେ ଏକ ଭିଡିଓ ମାଧ୍ୟମରେ ଓଡ଼ିଶା ସରକାର ଓ ଜିଲା ପ୍ରଶାସନଙ୍କୁ ନିବେଦନ କରିଛନ୍ତି l ସେପଟେ ପରିବାର ଲୋକେ ବି ପ୍ରବାସୀଙ୍କୁ ଫେରାଇ ଆଣିବାକୁ ଓଡ଼ିଶା ସରକାର ଓ କନ୍ଧମାଳ ପ୍ରଶାସନଙ୍କୁ ନିବେଦନ କରିଛନ୍ତି l ଓଡ଼ିଶା ସରକାର ମଧ୍ୟ ପ୍ରବାସୀଙ୍କ ସମସ୍ୟା ସମାଧାନ ପାଇଁ ସବୁ ରାଜ୍ୟରେ ନୋଡାଲ ଅଫିସର ନିଯୁକ୍ତି କରଛନ୍ତି l କିନ୍ତୁ ସମସ୍ୟାର ସମାଧାନ ହୋଇପାରୁନି। ପ୍ରବାସୀଙ୍କ ଫେରିବା ଆଶା କ୍ଷୀଣ ହେଉଛି l ଯାହା ଫଳରେ ଅସନ୍ତୋଷ ପ୍ରକାଶ ପାଉଛି l


Enter your email to get our daily news in your inbox.

All Right Reserved By Dharitri.Com

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri