ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ଶ୍ରମିକଙ୍କ ଦୁର୍ଦ୍ଦଶା ମଧ୍ୟ ସରୁନି l ଲକ୍‌ଡାଉନ ଅବଧି ପୁଣି ବୃଦ୍ଧି ପାଇଥିବାରୁ ଗାଡ଼ିମୋଟର ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି l କମ୍ପାନୀ ବନ୍ଦ ରହିଥିବାରୁ କାମଧନ୍ଦା ବି ବନ୍ଦ ରହିଛି। ଫଳରେ ଖାଇବାକୁ ନ ପାଇ ଭୋକଉପାସରେ ପଡ଼ିରହିଛନ୍ତି। ଏନେଇ ଶ୍ରମିକଙ୍କ ପରିବାର ପକ୍ଷରୁ ପଞ୍ଚାୟତ ଅଫିସରେ ପଞ୍ଜୀକରଣ ସରିଛି।
ପ୍ରକାଶଯେ, କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର କ.ନୂଆଗାଁ ବ୍ଲକ ଅନ୍ତର୍ଗତ ଶିର୍ତ୍ତିଗୁଡ଼ା ପଞ୍ଚାୟତର ୧୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଚିତୋର ଜିଲାର ଶ୍ରୀସିଟି ଅଞ୍ଚଳରେ ଏକ ଘରୋଇ ସଂସ୍ଥାରେ ବିଲଡିଂ ନିର୍ମାଣ କାମରେ ୬ ମାସହେବ ନିୟୋଜିତ ଥିଲେ। ଲକ୍‌ଡାଉନ୍‌ ଯୋଗୁ ସେମାନଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି l ଗାଁକୁ ଫେରିଆସିବାକୁ ସେମାନେ ଏକ ଭିଡିଓ ମାଧ୍ୟମରେ ଓଡ଼ିଶା ସରକାର ଓ ଜିଲା ପ୍ରଶାସନଙ୍କୁ ନିବେଦନ କରିଛନ୍ତି l ସେପଟେ ପରିବାର ଲୋକେ ବି ପ୍ରବାସୀଙ୍କୁ ଫେରାଇ ଆଣିବାକୁ ଓଡ଼ିଶା ସରକାର ଓ କନ୍ଧମାଳ ପ୍ରଶାସନଙ୍କୁ ନିବେଦନ କରିଛନ୍ତି l ଓଡ଼ିଶା ସରକାର ମଧ୍ୟ ପ୍ରବାସୀଙ୍କ ସମସ୍ୟା ସମାଧାନ ପାଇଁ ସବୁ ରାଜ୍ୟରେ ନୋଡାଲ ଅଫିସର ନିଯୁକ୍ତି କରଛନ୍ତି l କିନ୍ତୁ ସମସ୍ୟାର ସମାଧାନ ହୋଇପାରୁନି। ପ୍ରବାସୀଙ୍କ ଫେରିବା ଆଶା କ୍ଷୀଣ ହେଉଛି l ଯାହା ଫଳରେ ଅସନ୍ତୋଷ ପ୍ରକାଶ ପାଉଛି l


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri