Posted inରାଜ୍ୟ

ପଟାଥାଇ ଜମି ପାଉନାହାନ୍ତି ଆଦିବାସୀ ମହିଳା

କୁଜଙ୍ଗ,୨୫ା୭(ସ୍ବ.ପ୍ର): ସରକାର ଗରିବ ଭୂମିହୀନମାନଙ୍କୁ ପଟା ସହ ଜମି ଓ ବାସଗୃହ ଯୋଗାଇଦେବାକୁ ଯୋଜନା କରିଛନ୍ତି। ଏ କ୍ଷେତ୍ରରେ ଆଦିବାସୀମାନଙ୍କୁ ଅଗ୍ରାଧିକାର ଦେବାର ବ୍ୟବସ୍ଥା ମଧ୍ୟ ରହିଛି। କିନ୍ତୁ ଦୁର୍ଭାଗ୍ୟର ବିଷୟ କୁଜଙ୍ଗ ବ୍ଲକ ତାଳପଡ଼ା ଗ୍ରାମର ଜଣେ ଆଦିବାସୀ ବିଧବା ମହିଳା ସରକାରଙ୍କ ଏହି ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ତାଙ୍କୁ ସରକାରୀ ଯୋଜନାରେ ଜମିପଟା ମିଳିଛି, ହେଲେ ଅଦ୍ୟାବଧି ଜମି ମିଳିପାରିନାହିଁ। ସେ ହେଲେ ଏହି ପଞ୍ଚାୟତର ସମିତି ସଭ୍ୟା ସାକ୍ରା ଟୁଡୁ। ଜଣେ ନିର୍ବାଚିତ ଜନପ୍ରତିନିଧି ହୋଇ ମଧ୍ୟ ସେ ସରକାରୀ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି। ଏପରିସ୍ଥଳେ ଜଣେ ସାଧାରଣ ନାଗରିକ ଅବସ୍ଥା କିପରି ହେଉଥିବା ତାହା ସହଜରେ ଅନୁମେୟ।
ସୂଚନା ଅନୁଯାୟୀ, ସେ ତାଳପଡ଼ା ଗ୍ରାମରେ ଅସ୍ଥାୟୀଭାବେ ଗୃହ ନିର୍ମାଣ କରି ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ହେବ ବସବାସ କରୁଛନ୍ତି। ତାଙ୍କ ବାପା ମଧ୍ୟ ୫୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଏଠାରେ ରହିଆସିଛନ୍ତି। ସ୍ବାମୀଙ୍କ ବିୟୋଗ ପରେ ସେ କୁଜଙ୍ଗ ତହସିଲଦାରଙ୍କ ନିକଟରେ ସରକାରୀ ଜମିପଟା ପାଇଁ ଆବେଦନ କରିଥିଲେ। ତହସିଲଦାର ଆବେଦନକୁ ବିଚାର କରି ତାଙ୍କୁ ତାଳପଡ଼ା ମୌଜାରେ ଖାତା ନଂ-୭୫୫/୫୨୪, ପ୍ଲଟ ନଂ-୨୧୯୨/୨୫୬୩ରେ ୪ ଡେସିମିଲର ଢିଅପଟା ପ୍ରଦାନ କରିଥିଲେ। ସୋମବାର ତାଙ୍କୁ ଉକ୍ତ ସ୍ଥାନ ଦଖଲ ଦେବା ପାଇଁ ତହସିଲଦାର ରମେଶ ଚନ୍ଦ୍ର ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଆରଆଇ ଓ ଅମିନ ଯାଇଥିଲେ। କିନ୍ତୁ ଦଖଲ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ଭାଲିଆପାଟଣା ଗ୍ରାମର ୩୦ରୁ ୪୦ ଲୋକ ପହଞ୍ଚତ୍ ଏହାକୁ ବିରୋଧ କରିଥିଲେ। ଏଥିସହ ତାଙ୍କୁ ଜାତିଗତ ଆକ୍ଷେପ କରି ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଖବରପାଇ ତହସିଲଦାର ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମାତ୍ର ଅଭିଯୁକ୍ତମାନେ ତହସିଲଦାରଙ୍କୁ ମଧ୍ୟ ଗାଳିଗୁଲଜ କରିଥିଲେ। ଉକ୍ତ ସରକାରୀ ପ୍ଲଟରୁ ନ ଓହରିଲେ ତାଙ୍କୁ ସେଠାରେ ସେମାନେ ରଖାଇ ଦେବେନାହିଁ ବୋଲି କହିଥିଲେ। ପରେ ପୋଲିସ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ଘଟଣା ସମ୍ପର୍କରେ ସାକ୍ରା ମୁଖ୍ୟମନ୍ତ୍ରୀ, ଜିଲାପାଳ, ଏସ୍‌ପିଙ୍କ ସମେତ କୁଜଙ୍ଗ ତହସିଲଦାର, ଆଦିବାସୀ କଲ୍ୟାଣ ବୋର୍ଡ ଅଧ୍ୟକ୍ଷଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି। ଏ ସମ୍ପର୍କରେ ତହସିଲଦାର ପଣ୍ଡା କହିଛନ୍ତି ଯେ, ସେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ସହିତ ଘଟଣା ସମ୍ପର୍କରେ ତିର୍ତ୍ତୋଲ ଥାନାରେ ଏତେଲା ଦିଆଯାଇଛି। ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri