ପଟ୍ଟନାୟିକିଆ ଛକରେ ତିନିଭାଇଙ୍କ ହତ୍ୟା ଘଟଣା:ଅଭିଯୁକ୍ତଙ୍କୁ ଧରିବାକୁ ୩ ସ୍ବତନ୍ତ୍ର ଟିମ୍‌ର ଚଢ଼ାଉ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ ମର୍ଡର ଘଟଣାରେ ସତ୍ୟବାଦୀ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଚଳାଇଛି। ପୁରୀ ଏସ୍‌ପି ଉମାଶଙ୍କର ଦାଶଙ୍କ ନିର୍ଦ୍ଦେଶକ୍ରମେ ତିନୋଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ପିପିଲି ଏସ୍‌ଡିପିଓ, ସତ୍ୟବାଦୀ ଓ ପିପିଲି ଥାନା ଆଇଆଇସିଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଏହି ୩ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳ ପଟ୍ଟନାୟିକିଆ ଛକ ଓ ମୃତ ୩ ଭାଇଙ୍କ ଗ୍ରାମ ସଦାନନ୍ଦପୁରରେ ଏକ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ସୋମବାର ଉତ୍ତ୍ୟକ୍ତ ଲୋକେ ଗ୍ରାମର ଶଙ୍କର ବେହେରାଙ୍କ ଘର ପୋଡିଦେଇଥିବା ଜଣାପଡିଛି। ପଟ୍ଟନାୟିକିଆ ଛକରେ ସୋମବାର ଦିନବେଳା କେତେକ ଦୋକାନ ଖୋଲିଥିବାବେଳେ ସନ୍ଧ୍ୟାରେ ସବୁ ଶୂନ୍‌ଶାନ ରହିଛି। ଉଭୟ ଗୋଷ୍ଠୀର ଭୟରେ ଘଟଣା ସମ୍ପର୍କରେ ପୋଲିସ ନିକଟରେ କେହି ମୁହଁ ଖୋଲିବାକୁ ସାହସ କରୁନାହାନ୍ତି। ମୃତ ପୂର୍ଣ୍ଣ ବେହେରା ଓ କୃଷ୍ଣ ବେହେରାଙ୍କ ବଡ଼ଭାଇ ଲକ୍ଷ୍ମୀଧର ବେହେରାଙ୍କ ପୁଅ ପ୍ରଶାନ୍ତ ପୋଲିସ ନିକଟରେ ଅଭିଯୋଗ କରିବା ପରେ ସତ୍ୟବାଦୀ ଥାନାରେ ୧୧୪/୧୯ନମ୍ବର ରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି। ସାଇଣ୍ଟିଫିକ୍‌ ଟିମ୍‌ ସହ ସକାଳେ ପୋଲିସ ଘଟଣାସ୍ଥଳରେ ତଦନ୍ତ କରିଥିବା ଥାନା ଆଇଆଇସି ତପନ କୁମାର ରାଉତ କହିଛନ୍ତି।
ପ୍ରକାଶ ଯେ, ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଜନଗହଳିପୂର୍ଣ୍ଣ ବଜାର ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଦୁର୍ବୃତ୍ତମାନେ ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ୩ ଭାଇ ପୂର୍ଣ୍ଣ, କୃଷ୍ଣ ଓ ସେମାନଙ୍କ ଦାଦାପୁଅ ଭାଇ ପଞ୍ଚୁଆ ବେହେରାଙ୍କୁ ହତ୍ୟା କରିଥିଲେ। ଏହାପଛରେ ରାଜନୈତିକ, ବ୍ୟବସାୟିକ ଶତ୍ରୁତା ଥିବା ସନ୍ଦେହ କରାଯାଉଥିବାବେଳେ ପୋଲିସ ପୂର୍ବ ବିବାଦକୁ ନେଇ ହତ୍ୟାକାଣ୍ଡ ଘଟିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri