ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା: ଜେଲ୍‌ ଗଲେ ୬ ଅଭିଯୁକ୍ତ

ସାକ୍ଷୀଗୋପାଳ,୧୮ା୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଏସ୍‌ଡିଜେଏମ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ପୁରୀ ଜେଲକୁ ପଠାଇ ଦିଆଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୭ଜଣଙ୍କୁ ଧରିବାକୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଚଢ଼ାଉ ଜାରି ରଖିଥିବା ସତ୍ୟବାଦୀ ଥାନା ଆଇଆଇସି ତପନ କୁମାର ରାଉତ କହିଛନ୍ତି। ସୂଚନାଥାଉ କି, ସତ୍ୟବାଦୀ ଥାନା ଅଧୀନ ପଟ୍ଟନାୟିକିଆ ଛକରେ ଗତ ରବିବାର ଅପରାହ୍ନ ପ୍ରାୟ ୪ଟା ରେ ଘଟିଥିଲା ଟ୍ରିପଲ ମର୍ଡର। ନିକଟସ୍ଥ ସଦାନନ୍ଦପୁର ଗ୍ରାମର ଦୁଇ ଭାଇ ପୂର୍ଣ୍ଣ ବେହେରା, କୃଷ୍ଣ ବେହେରା ଓ ଦାଦା ପୁଅ ଭାଇ ପଞ୍ଚୁଆ ବେହେରାଙ୍କୁ ଦୁର୍ବୃତ୍ତମାନେ ଗୋଡାଇ ଗୋଡାଇ ହତ୍ୟା କରିଥିଲେ। ଏହି ଘଟଣାରେ ପୋଲିସ ସୁବଳ ବେହେରା, ଭିକାରୀ ବେହେରା, ହରିହର ବେହେରା, ମନୁଆ ବେହେରା, ସହଦେବ ବେହେରା ଓ ଶଙ୍କର ବେହେରାଙ୍କୁ ଗିରଫ କରିଥିଲା। ଜମିବାଡି ଓ ବ୍ୟବସାୟକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଏସ୍‌ପି ଡା. ଉମାଶଙ୍କର ଦାଶ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨...

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା...

ଘୋଷଣା ହେଲା ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri