୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିବା ଘଟଣା, ତଦନ୍ତ କଲେ ସିଆର୍‌ଆର୍‌ଆଇ ବୈଜ୍ଞାନିକ

ପଟ୍ଟାମୁଣ୍ଡାଇ, ୧୭।୯ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଚାଷୀମାନେ ତଳି ରୋଇବାର ମାତ୍ର ୨୬ ଦିନରେ ଧାନ ଗଛରୁ ଥୋଡ଼ ବାହାରିଥିବା ନେଇ ଚାଷୀମାନେ ଅଭିଯୋଗ କରିଥିଲେ। ସୋମବାର ଅପରାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର (ସିଆରଆରଆଇ)ର ପ୍ରମୁଖ ବୈଜ୍ଞାନିକ ଡ. ସୁଶାନ୍ତ କୁମାର ଦାଶ, ଡ. ଶ୍ରୀକାନ୍ତ ଲେଙ୍କା, ଡ. ଜିତେନ୍ଦ୍ରିୟ ମେହେର, ଡ. ବିପିନ ବିହାରୀ ପଣ୍ଡା ଓ ଡ. ପ୍ରଶାନ୍ତ କୁମାର ପ୍ରମୁଖ ପଟ୍ଟାମୁଣ୍ଡାଇଠାରେ ପହଞ୍ଚତ୍ ଧାନ କ୍ଷେତ ବୁଲି ଅନୁଧ୍ୟାନ କରିଛନ୍ତି। ତେବେ ଚାଷୀମାନେ ଯେଉଁ ସୁପର ଶାରଳା ବିହନ କିଣି ଧାନ ଚାଷ କରିଛନ୍ତି, ତାହା ଖରିଫ ଋତୁ ପାଇଁ ଆଦୌ ଉପଯୋଗୀ ନୁହେଁ। ଚାଷୀମାନେ ଧାନ କିସମ ସମ୍ପର୍କରେ ଜାଣି ନ ଥିବାରୁ ବିହନ ଦୋକାନୀ ଚାଷୀମାନଙ୍କୁ ଠକି ଦେଇଛନ୍ତି ବୋଲି ବିଶେଷଜ୍ଞମାନେ କହିଛନ୍ତି। ଅନ୍ୟପଟେ ଗତବର୍ଷ ଜଣେ ଚାଷୀ ସୁପର ଶାରଳା ଧାନ ଚାଷ କରି ଅଧିକ ଅମଳ କରିଥିବା ବେଳେ ଚଳିତ ବର୍ଷ ଆଣିଥିବା ବିହନ ସେହି କିସମର ନୁହେଁ ବୋଲି ବୈଜ୍ଞାନିକମାନେ ତଦନ୍ତ କଲାପରେ ଜାଣିପାରିଛନ୍ତି। ତଦନ୍ତ ବେଳେ ପଟ୍ଟାମୁଣ୍ଡାଇ କୃଷି ଜିଲା ଅଧିକାରୀ ଜୟନାରାୟଣ ମହାପାତ୍ର ଓ ବ୍ଲକ ସହକାରୀ କୃଷି ଅଧିକାରୀ ଭଦ୍ରନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ପଟ୍ଟାମୁଣ୍ଡାଇ ବ୍ଲକ ନୀଳକଣ୍ଠପୁର ପଞ୍ଚାୟତର ଗୋବିନ୍ଦପୁର, ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଷଣ୍ଢପଲ୍ଲୀ କୈଳାସୀ ଗ୍ରାମର ୧୫ ଜଣ ଭାଗ ଚାଷୀ ସୁପର ଶାରଳା ଧାନ ବିହନ ଚଢା ଦରରେ କିଣି କ୍ଷତିରେ ପଡ଼ିଛନ୍ତି। ବିଭୁ ମଲିକ, ଅଜୟ ନାୟକ, ସୁବ୍ରତ ବାରିକ, ପ୍ରେମାନନ୍ଦ ସାହୁ, ସୁଶାନ୍ତ ମଲିକ, ସୁବୋଧ ଦାସ, ନିତ୍ୟାନନ୍ଦ ରାଉଳ, ଧୀରେନ୍ଦ୍ର ମଲିକ, ନାରାୟଣ ରାଉଳ, ମନ୍ମଥ ନାୟକ, ହାଡିବନ୍ଧୁ ନାୟକ, ଜିତେନ୍ଦ୍ର ପଲାଇ, ଗୋଲେଖ ଗିରି ପ୍ରମୁଖ ଭାଗଚାଷୀ ତଦନ୍ତ ବେଳେ ପଟ୍ଟାମୁଣ୍ଡାଇ କୃଷି ଜିଲ୍ଲା ଅଧିକାରୀ ଓ ବ୍ଲକ ସହକାରୀ କୃଷି ଅଧିକାରୀଙ୍କୁ ଭେଟି କ୍ଷତି ପୂରଣ ପ୍ରଦାନ ପାଇଁ ଦାବି କରିଛନ୍ତି। ଅପରପକ୍ଷେ ଚାଷୀମାନଙ୍କୁ ନିମ୍ନମାନର ଧାନ ବିହନ ବିକ୍ରି କରିଥିବା ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ପଟ୍ଟାମୁଣ୍ଡାଇ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। କିନ୍ତୁ ଏ ପର୍ଯ୍ୟନ୍ତ କିଛି ପଦକ୍ଷେପ ନିଆଯାଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri