Posted inଖେଳ

ପଡ଼ିଆକୁ ଫେରିବେ ଫିଟ୍‌ ହାର୍ଦ୍ଦିକ

ମୁମ୍ବାଇ,୨୪ା୨- ନ୍ୟୁଜିଲାଣ୍ଡରେ ଭାରତୀୟ ଦଳ ସଂଘର୍ଷ କରୁଥିବାବେଳେ ଏକ ଭଲ ଖବର ସାମ୍ନାକୁ ଆସିଛି। ଅସ୍ତ୍ରୋପଚାର କରାଯିବାର ୫ ମାସ ପରେ ହାର୍ଦ୍ଦିକ ପାଣ୍ଡ୍ୟା ଫିଟ୍‌ ହୋଇଛନ୍ତି। ଦୀର୍ଘଦିନର ବ୍ୟବଧାନ ପରେ ପାଣ୍ଡ୍ୟା ପଡ଼ିଆ ଓହ୍ଲାଇବେ। ୨୬ ବର୍ଷୀୟ ଫିଟ୍‌ ଅଲରାଉଣ୍ଡର ଡି ଓ୍ବାଇ ପାଟିଲ ଟି୨୦ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବେ। ସେ ରିଲାଏନ୍ସ ଓ୍ବାନ ପାଇଁ ନବି ମୁମ୍ବାଇରେ ଖେଳିବେ। ରିଲାଏନ୍ସ ଓ୍ବାନ ୩ ମ୍ୟାଚ୍‌ ଚଳିତମାସ ୨୫, ୨୮ ଓ ମେ ୩ ତାରିଖରେ ଖେଳିବ। ରିଲାଏନ୍ସ ଓ୍ବାନ ଦଳରେ ହାର୍ଦ୍ଦିକଙ୍କ ନାମ ରହିଛି। ସେ ଡିଓ୍ବାଇ ପାଟିଲ ଟି୨୦ ଟୁର୍ନାମେଣ୍ଟରେ ଖେଳିବେ। ତାଙ୍କୁ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ଏହି ସୁଯୋଗ ପ୍ରଦାନ କରିଛି ବୋଲି ସୂତ୍ରରୁ ଜଣାପଡ଼ିଛି। ସେ ଗତବର୍ଷ ସେପ୍ଟେମ୍ବର ୨୨ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳିଥିଲେ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀରେ ଭାରତ ବହୁ ସୀମିତ ଓଭର କ୍ରିକେଟ ଖେଳୁଛି ଏବଂ ପାଣ୍ଡ୍ୟାଙ୍କ ଅନୁପସ୍ଥିତି ମଧ୍ୟ ଅନୁଭବ କରୁଛି। ଜାତୀୟ ଚୟନକର୍ତ୍ତା ଏବେ ଡିଓ୍ବାଇ ପାଟିଲ ଷ୍ଟାଡିୟମ ଗସ୍ତ କରି ପାଣ୍ଡ୍ୟାଙ୍କ ଫିଟ୍‌ନେସ ଓ ଫର୍ମ ଦେଖିବେ। ଯଦି ସେ ନିଜ ଫିଟ୍‌ନେସ ପ୍ରମାଣ କରିବାରେ ସଫଳ ହୁଅନ୍ତି, ତେବେ ତାଙ୍କୁ ନିଶ୍ଚିତ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଭାରତୀୟ ଦଳରେ ତାଙ୍କୁ ସ୍ଥାନ ମିଳିବ। ଏହି ସିରିଜ୍‌ ମାର୍ଚ୍ଚ ୧୨ ତାରିଖଠାରୁ ଧର୍ମଶାଳାଠାରେ ଆରମ୍ଭ ହେବ। ପାଣ୍ଡ୍ୟା ଏପର୍ଯ୍ୟନ୍ତ ୧୧ ଟେଷ୍ଟ, ୫୪ ଦିନିକିଆ ଓ ୪୦ ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?