Posted inଖେଳ

ପଡ଼ିଆରେ ଅଭ୍ୟାସ କଲେ ରୋହିତ, କୋହଲି

କଲମ୍ବୋ,୨୯ା୭: ଅଗଷ୍ଟ ୨ରୁ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁଥିବା ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପାଇଁ ଭାରତ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ସମେତ ଅନ୍ୟ କେତେଜଣ ଖେଳାଳି ସୋମବାରଠାରୁ ସେମାନଙ୍କ ଅଭ୍ୟାସ ଆରମ୍ଭ କରିଛନ୍ତି।

ଅନ୍ୟପକ୍ଷରେ ସୂର୍ଯ୍ୟକୁମାର ଯାଦବଙ୍କ ଅଧୀନରେ ଭାରତୀୟ ଟି୨୦ ଟିମ୍‌ ମଙ୍ଗଳବାର ପାଲିକେଲଠାରେ ଏହାର ତୃତୀୟ ତଥା ଅନ୍ତିମ ମ୍ୟାଚ ଖେଳିବ। ରୋହିତ, କୋହଲି ଏବଂ ହର୍ଷିତ ରାଣାଙ୍କ ଭଳି ଅନ୍ୟ କେତେଜଣ ଯୁବ ଖେଳାଳି ରବିବାର କଲମ୍ବୋରେ ପହଞ୍ଚିଛନ୍ତି।

ଆମେରିକାରେ ଭାରତ ଦ୍ୱିତୀୟ ଥର ଟି୨୦ ବିଶ୍ୱକପ୍‌ ଜିତିବା ପରଠାରୁ ରୋହିତ, କୋହଲି ଓ କୁଲଦୀପ ପାଖାପାଖି ଏକ ମାସ ପଡ଼ିଆକୁ ଓହ୍ଲାଇ ନାହାନ୍ତି। ଶ୍ରୀଲଙ୍କା ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ପାଇଁ ଶ୍ରେୟସ ଆୟର ଜାତୀୟ ଦଳକୁ ଫେରିବେ। ଆୟର ଶେଷ ଥର ପାଇଁ ଏକ ସୀମିତ ଓଭର ମ୍ୟାଚ ଗତ ଡିସେମ୍ବରରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିଥିଲେ।

ଭାରତୀୟ ଦଳରେ ଦିଲ୍ଲୀ ଅଲରାଉଣ୍ଡର ରାଣାଙ୍କୁ ମଧ୍ୟ ସ୍ଥାନ ମିଳିଛି। ଚଳିତବର୍ଷ ପ୍ରାରମ୍ଭରେ ଆଇପିଏଲ୍‌ ଚାମ୍ପିୟନ ହୋଇଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ଖେଳାଳିମାନେ କଲମ୍ବୋରେ ଭାରତର ସହକାରୀ କୋଚ୍‌ ଅଭିଷେକ ନାୟରଙ୍କ ଅଧୀନରେ ଟ୍ରେନିଂ ନେଉଛନ୍ତି। ସମସ୍ତ ତିନୋଟି ଯାକ ଅନ୍ତର୍ଜାତୀୟ ଦିନିକିଆ ସ୍ଥାନୀୟ ଆର. ପ୍ରେମାଦାସା ଷ୍ଟାଡିୟମରେ ଖେଳାଯିବ। ପ୍ରଥମ ମ୍ୟାଚ ଅଗଷ୍ଟ ୨ରେ ଖେଳାଯିବାକୁଥିବା ବେଳେ ୨ୟ ଓ ୩ୟ ଦିନିକିଆ ଯଥାକ୍ରମେ ଅଗଷ୍ଟ ୪ ଓ ୫ରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri