ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ଜିଲାର ପଡିଆ ବ୍ଲକ ୨ଦିନ ହେଲା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଜାତୀୟ ରାଜପଥ ଉପରେ ୫ଫୁଟ୍‌ର ପାଣି ପ୍ରବାହିତ ହେଉଛି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି।