ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ

କାକଟପୁର,୨୭।୬(ଡି.ଏନ୍‌.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍‌ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବାକୁ ବ୍ୟବସ୍ଥା ହୋଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କ ଉପସ୍ଥାନ ହାର ଅନୁସାରେ ଗସ୍ତ ଖର୍ଚ୍ଚ ଦିଆଯିବାକୁ ସ୍ଥିର କରାଯାଇଛି। ଏହି ପରିପେକ୍ଷୀରେ କାକଟପୁର ବ୍ଲକର ୪ଟି ଓ ଅସ୍ତରଙ୍ଗ ବ୍ଲକର ୩ଟି ବିଦ୍ୟାଳୟକୁ ବନ୍ଦ କରି ଦିଆଯିବାକୁ ନିଷ୍ପତ୍ତି ନିଆଯାଇଥିବା କାକଟପୁର ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ପରିଡ଼ା ଗୁରୁବାର କହିଛନ୍ତି।

ଶିକ୍ଷାଧିକାରୀଙ୍କ ସୂଚନାନୁଯାୟୀ, କାକଟପୁର ବ୍ଲକର ଦାସିଆଠେଙ୍ଗ ପ୍ରୋଜେକ୍ଟ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇ ଶୁକପୋଖରୀ ପ୍ରାଥମିକ ବିଦ୍ୟାଳୟରେ, କୁଷ୍ଠି ପ୍ରାଥମିକ ବିଦ୍ୟାଳୟକୁ ମହାଦେବବସ୍ତ ନୋଡାଲ ବିଦ୍ୟାଳୟରେ, ତରତ ପ୍ରାଥମିକ ବିଦ୍ୟାଳୟକୁ ବାଁବରଡ଼ା ପ୍ରାଥମିକ ବିଦ୍ୟାଳୟରେ, ଆରୁହାଁ ପ୍ରାଥମିକ ବିଦ୍ୟାଳୟକୁ କୋତାଙ୍ଗ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରିଦିଆଯାଇଛି। ସେହିପରି ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ସୋଲ ପାଟିଆ ପ୍ରାଥମିକ ବିଦ୍ୟାଳୟକୁ କନ୍ତପଏରା ପ୍ରାଥମିକ ବିଦ୍ୟାଳୟରେ, ଝାରିଆ ପ୍ରାଥମିକ ବିଦ୍ୟାଳୟକୁ ଅସ୍ତରଙ୍ଗ ନୋଡାଲ ବିଦ୍ୟାଳୟରେ, ଅସନ ଭିଆର୍‌ପି କଲୋନୀ ପ୍ରାଥମିକ ବିଦ୍ୟାଳୟକୁ ଅସନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରିଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?