ପଣ୍ଡରାପଥର ଗାଁରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ: ଗାଁ ସଫେଇ ପାଇଁ ମହିଳା ପାଦ କାଢିଲେ

ନୂଆପଡା ଅଫିସ,୧।୮: ବର୍ତ୍ତମାନ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସଫା ସୁତୁରା କରିବାକୁ ନେଇ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଚାଲିଛି । ଏଥିରେ ଗାଁର ମହିଳାମାନେ ମଧ୍ୟ ଚାରିକାନ୍ଥ ଭିତରୁ ବାହାରି ମୁଣ୍ଡରୁ ପରଦା କାଢି ଗାଁ ସଫେଇ କାମ ପାଇଁ ଅଣ୍ଟା ଭିଡିଛନ୍ତି । ନୂଆପଡ଼ା ଜିଲା କୋମନା ବ୍ଲକ ବୁଦ୍ଧିକୋମନା ଗ୍ରାମପଞ୍ଚାୟତ ପଣ୍ଡରାପଥର ଗାଁରେ ସ୍ଥାନୀୟ ସ୍ବେଚ୍ଛାସେବୀ ସଙ୍ଗଠନ ମଦର ଟେରେସା ସର୍ଭିସିଂ ସେଣ୍ଟର ଏବଂ ନେହେରୁ ଯୁବ କେନ୍ଦ୍ର ନେତୃତ୍ୱରେ ମହିଳାମାନେ ଘରୁ ବାହାରି ଅଭିଯାନରେ ସାମିଲ ରହିଥିବା ସମସ୍ତଙ୍କୁ ପ୍ରେରଣାର ଉତ୍ସ ହୋଇଛନ୍ତି। ଗାଁରେ ସଚେତନତା ରାଲି କରିଥିବା ବେଳେ ଗାଁର ସମସ୍ତ ଆବର୍ଜନା ସ୍ଥଳକୁ ସଫେଇ କରିଥିବା ଦେଖାଯାଇଛି ।
ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଗାଁର ମହିଳାମାନେ ଗାଁସାରା ବୁଲି ଘର ଅଗଣା ସଫା ସୁତୁରା ରଖିବାକୁ ବିଭିନ୍ନ ସ୍ଲୋଗାନମାନ ଦେଇ ସଚେତନତା କରିଥିଲେ। ଏଥିରେ ବିଭିନ୍ନ ଅନୁଷ୍ଠାନର ଶିଶୁ, ପୁରୁଷ କର୍ମୀମାନେ ମଧ୍ୟ ସାମିଲ ଥିଲେ। ଏହି ଗାଁ ସମେତ ଆଖପାଖ ଗାଁରେ ମଧ୍ୟ ସଚେତନତାର ବାର୍ତ୍ତା ଦେଇଛନ୍ତି। ଆଗାମୀ ଦିନରେ ଏହାକୁ ଜିଲାବ୍ୟାପି କରାଯିବ ବୋଲି ସଙ୍ଗଠନ ସମ୍ପାଦକ ପ୍ରଧାନୀ କହିଛନ୍ତି । ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ରରେ ସଚେତନତା ସଭା ହୋଇଥିଲା। ଏଥିରେ ସଙ୍ଗଠନ ସମ୍ପାଦକ ଶେଷଦେବ ପ୍ରଧାନୀ ସଭାପତିତ୍ୱ କରିଥିବାବେଳେ ଗାଁର ଭଦ୍ରବ୍ୟକ୍ତିମାନେ ଯୋଗଦେଇଥିଲେ। ଗାଁକୁ ସଫା ରଖିବା ଦ୍ୱାରା କ’ଣ ସବୁ ସୁଫଳ ମିଳିଥାଏ ସେ ସମ୍ପର୍କରେ ଅତିଥିମାନେ ବୁଝାଇଥିଲେ। ଏହି ଅବସରରେ ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ର, ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା । ଏଥିରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା । ଗ୍ରାମାଞ୍ଚଳର କୁନି ଛାତ୍ରୀଛାତ୍ରମାନେ ଏ କ୍ଷେତ୍ରରେ ଉଲ୍ଲେଖନୀୟ କୃତୀତ୍ୱ ପ୍ରଦର୍ଶନ କରିଥିବାରୁ ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି । କାର୍ଯ୍ୟକ୍ରମ ପରିଚାଳନାରେ ସଙ୍ଗଠନ ସମେତ ନେହେରୁ ଯୁବ କେନ୍ଦ୍ରର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଫକୀର ରାଉତ, କନ୍ଦର୍ପ ଜଗତ, ଚନ୍ଦ୍ରୀଣୀ ନାଏକ, ପଙ୍କଜ ରାଉତ, ଥବିର ଶବର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri