ପଣ୍ଡା କଲୋନୀରେ ଆତଙ୍କରାଜ

ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଯୁବକମାନେ ଅନ୍ୟ ଏକ ଗୋଷ୍ଠୀର ବାଇକ୍‌ରେ ନିଅଁ। ଲଗାଇ ଦେବା ସହ ସାହିରେ ଖଣ୍ଡାକାତି ଧରି ଆତଙ୍କରାଜ ଚଳାଇଛନ୍ତି। ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି ଓ ଥାନାଧିକାରୀ ସାରଦା ପ୍ରସାଦ ଦାସଙ୍କ ସମେତ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି। କ’ଣ ପାଇଁ ଏଭଳି ଘଟଣା ଘଟିଛି ସେ ସମ୍ପର୍କରେ ପୋଲିସ କିଛି ସୂଚନା ଦେଉନାହିଁ।
ପ୍ରକାଶ ଯେ, ବୁଧବାର ରାତିପ୍ରାୟ ସାଢ଼େ ୮ଟାରେ ପଣ୍ଡା କଲୋନୀରେ ରହୁଥିବା ଏକ ଗୋଷ୍ଠୀର ଅପରାଧୀଙ୍କୁ ଟାର୍ଗେଟ କରି ଅନ୍ୟ କେତେକ ଦୁର୍ବୃତ୍ତ ବାଇକ୍‌ ଧରି ସେଠାରେ ପହଞ୍ଚତ୍ଥିଲେ। ଏହି ଖବର ପାଇ ପଣ୍ଡା କଲୋନୀରେ ରହୁଥିବା ଅପରାଧୀ ଗୋଷ୍ଠୀ ସେମାନଙ୍କ ଉପରେ ଖଣ୍ଡା କାତିରେ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ଅପରାଧୀମାନେ ଗାଡ଼ି ଛାଡ଼ି ଛତ୍ରଭଙ୍ଗ ଦେଇଥିଲେ। ପଣ୍ଡା କଲୋନୀରେ ରହୁଥିବା ଦୁର୍ବୃତ୍ତମାନେ ଅପରଗୋଷ୍ଠୀର ଦୁର୍ବୃତ୍ତମାନେ ଛାଡ଼ି ଯାଇଥିବା ବାଇକ୍‌ଗୁଡ଼ିକୁ ଭଙ୍ଗାରୁଜା କରିବା ସହ ସେଥିରେ ନିଅଁା ଲଗାଇ ଦେଇଥିଲେ। ଫଳରେ ସେଠାରେ ଏକ ପ୍ରକାର ଭୟଙ୍କର ବାତାବରଣ ଦେଖା ଦେଇଥିଲା। ଏଭଳି ଘଟଣା ଘଟିବା ପରେ ପୋଲିସ ସେଠାରେ ପହଞ୍ଚତ୍ ଆତଙ୍କ ଚଳାଇଥିବା ଯୁବକମାନଙ୍କୁ କାବୁ କରିବା ସହ ଏକ ପ୍ଲାଟୁନ ଫୋର୍ସ ମୁତୟନ କରିଛି। ପୋଲିସ ଏହି ଗ୍ୟାଙ୍ଗୱର ପଛରେ କାହାର ହାତ ରହିଛି ତା’ର ଖୋଳତାଡ଼ କରୁଥିବା ଜଣାପଡ଼ିଛି। ଖବର ଲେଖାଯିବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri