ପଣ୍ଡିଗାଁ ଗ୍ରାମପଞ୍ଚାୟତରେ ଚାଚାରୋପଣ

କଲମପୁର,୧୦।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ପଣ୍ଡିଗାଁ ଗ୍ରାମପଞ୍ଚାୟତ ପରିସରରେ ସୋମବାର ସବୁଜ ବନାନୀ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ବନାଜାବାସିନୀ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ ବିଜୁ ଯୁବବାହିନୀ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ କଲମପୁର ଅତିରିକ୍ତ ତହସିଲଦାର ଶବିର ସାହା ଏବଂ ଥୁଆମୂଳ ରାମପୁର ଦକ୍ଷିଣ ବନଞ୍ଚଳ ବନପାଳ ଭୁବନେଶ୍ୱର ବେହେରା ଉଦ୍‌ଘାଟନ କରି ବୃକ୍ଷର ଉପକାରିତା ଓ ବର୍ତ୍ତମାନସ୍ଥିତି ଉପରେ ଉଦ୍‌ବୋଧନ ଦେଇଥିଲେ। ଏହି ଅବସରରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ବାଣୁଆଁ, ନାଏବ ସରପଞ୍ଚ ସୁରେନ୍ଦ୍ର ପୂଝାରୀ ଓ ସମସ୍ତ ଗ୍ରାମପଞ୍ଚାୟତ ୱାର୍ଡ ସଭ୍ୟାସଭ୍ୟ ଓ ବିଭିନ୍ନ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଗ୍ରାମପଞ୍ଚାୟତ ରୋଜଗାର ସେବକ ପାର୍ଥ ସାରଥି ସାହୁ, ଯୋଗାଣ ସହାୟକ ରମେଶ ବାଗ, ସାମାଜିକ କର୍ମୀ ପ୍ରଶାନ୍ତ ମାଝି, କଲମପୁର ରାଜସ୍ବ ନୀରିକ୍ଷକ ଗୋବିନ୍ଦ ଚନ୍ଦ୍ର ପୁରୋହିତ, କଲମପୁର ବ୍ଲକ ବିଜୁ ଯୁବ ବାହୀନି ସଂଯୋଜକ ମନୋଜ କୁମାର ନାଏକ ତଥା ବିଜୁ ଯୁବ ବାହିନୀ କର୍ମକର୍ତ୍ତା ଏବଂ ଗ୍ରାମ ଶତାଧିକ ଲୋକ ମିଶି ଚାରା ରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି ଅବସରରେ ପଣ୍ଡିଗାଁ ନର୍ସରିରେ ବିଭିନ୍ନ ଉପକାରୀ ୨ ଶହ ଚାରା ରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri