ପଣ୍ଡିଗାଁ ଗ୍ରାମପଞ୍ଚାୟତରେ ଚାଚାରୋପଣ

କଲମପୁର,୧୦।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ପଣ୍ଡିଗାଁ ଗ୍ରାମପଞ୍ଚାୟତ ପରିସରରେ ସୋମବାର ସବୁଜ ବନାନୀ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ବନାଜାବାସିନୀ ମହାପାତ୍ରଙ୍କ ଅଧ୍ୟକ୍ଷତା ଓ ବିଜୁ ଯୁବବାହିନୀ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ କଲମପୁର ଅତିରିକ୍ତ ତହସିଲଦାର ଶବିର ସାହା ଏବଂ ଥୁଆମୂଳ ରାମପୁର ଦକ୍ଷିଣ ବନଞ୍ଚଳ ବନପାଳ ଭୁବନେଶ୍ୱର ବେହେରା ଉଦ୍‌ଘାଟନ କରି ବୃକ୍ଷର ଉପକାରିତା ଓ ବର୍ତ୍ତମାନସ୍ଥିତି ଉପରେ ଉଦ୍‌ବୋଧନ ଦେଇଥିଲେ। ଏହି ଅବସରରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ବାଣୁଆଁ, ନାଏବ ସରପଞ୍ଚ ସୁରେନ୍ଦ୍ର ପୂଝାରୀ ଓ ସମସ୍ତ ଗ୍ରାମପଞ୍ଚାୟତ ୱାର୍ଡ ସଭ୍ୟାସଭ୍ୟ ଓ ବିଭିନ୍ନ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଗ୍ରାମପଞ୍ଚାୟତ ରୋଜଗାର ସେବକ ପାର୍ଥ ସାରଥି ସାହୁ, ଯୋଗାଣ ସହାୟକ ରମେଶ ବାଗ, ସାମାଜିକ କର୍ମୀ ପ୍ରଶାନ୍ତ ମାଝି, କଲମପୁର ରାଜସ୍ବ ନୀରିକ୍ଷକ ଗୋବିନ୍ଦ ଚନ୍ଦ୍ର ପୁରୋହିତ, କଲମପୁର ବ୍ଲକ ବିଜୁ ଯୁବ ବାହୀନି ସଂଯୋଜକ ମନୋଜ କୁମାର ନାଏକ ତଥା ବିଜୁ ଯୁବ ବାହିନୀ କର୍ମକର୍ତ୍ତା ଏବଂ ଗ୍ରାମ ଶତାଧିକ ଲୋକ ମିଶି ଚାରା ରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି ଅବସରରେ ପଣ୍ଡିଗାଁ ନର୍ସରିରେ ବିଭିନ୍ନ ଉପକାରୀ ୨ ଶହ ଚାରା ରୋପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri