Posted inଖେଳ

ପଣ୍ଡିଚେରୀ ଠାରୁ ହାରିଲା ଓଡ଼ିଶା

କଟକ ଅଫିସ,୧୦ା୨-  ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ୨୩ବର୍ଷରୁ କମ୍‌ ସିକେ ନାଇଡୁ ଟ୍ରଫିର ଏକ ଲିଗ ମ୍ୟାଚ୍‌ରେ ଓଡ଼ିଶା ୬୭ରନରେ ପଣ୍ଡିଚେରୀଠାରୁ ହାରିଛି। ଦ୍ୱିତୀୟ ଇନିଂସରେ ଓଡ଼ିଶା ସମ୍ମୁଖରେ ୧୭୨ରନର ବିଜୟ ଲକ୍ଷ୍ୟ ଥିବା ବେଳେ ଦଳ ୧୦୫ରନରେ ଅଲଆଉଟ ହୋଇଥିଲା।
ପ୍ରଥମେ ବ୍ୟାଟିଂ କରିଥିବା ପଣ୍ଡିଚେରୀ ୧୧୫ରନରେ ଅଲଆଉଟ ହୋଇଥିଲା। ଓଡ଼ିଶା ପକ୍ଷରୁ ପ୍ରୀତ କନୱର ସିଂ ଚୌହ୍ବାନ ସର୍ବାଧିକ ୭ଟି ଉଇକେଟ ନେଇଥିଲେ। ଅମ୍ରିତ ଖଟୁଆଙ୍କ ୩୦ରନର ସଂଘର୍ଷପୂର୍ଣ୍ଣ ଇନିଂସ ସହାୟତାରେ ଓଡ଼ିଶା ପ୍ରଥମ ଇନିଂସରେ ୧୧୧ରନ କରିଥିଲା। ସତୀଶ ଜଞ୍ଜିର ପଣ୍ଡିଚେରୀ ପକ୍ଷରୁ ୫ଟି ଉଇକେଟ ଅକ୍ତିଆର କରିଥିଲେ। ପଣ୍ଡିଚେରୀର ଦ୍ୱିତୀୟ ଇନିଂସ ୧୬୮ରନରେ ସୀମିତ ରହିଥିଲା। ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟ ଘଟିଥିଲେ ସୁଦ୍ଧା ସତୀଶ ଜଞ୍ଜିର ୫୩ରନର ଧୁଆଁଧାର ଇନିଂସ ଖେଳିଥିଲେ। ପ୍ରୀତ କନୱର ଦ୍ୱିତୀୟ ଇନିଂସରେ ୬ଟି ଉଇକେଟ ଅକ୍ତିଆର କରିବା ସହ ମ୍ୟାଚ୍‌ରେ ମୋଟ୍‌ ୧୩ଟି ଉଇକେଟ ହାସଲ କରିଛନ୍ତି। ୧୭୨ରନର ବିଜୟ ଲକ୍ଷ୍ୟ ପିଛା କରୁଥିବା ଓଡ଼ିଶା ୫୩ରନରେ ପ୍ରଥମ ୪ଟି ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। କ୍ଷମାସାଗର ବଳ ଓ ଅମ୍ରିତ ଦଳକୁ ବିଜୟ ନିମନ୍ତେ ଅଗ୍ରସର କରାଉଥିବା ବେଳେ କ୍ଷମାସାଗର ୭୧ବଲରୁ ୫୯ରନ କରି ଆଉଟ ହୋଇଥିଲେ। ପରେ ଓଡ଼ିଶାର ନିମ୍ନକ୍ରମର ବ୍ୟାଟିଂ ଲାଇନଅପ ଅଳ୍ପରନରେ ଭୁଶୁଡ଼ି ପଡ଼ିଥିଲା। ଅମ୍ରିତ ୧୬ରନରେ ଅପରାଜିତ ଥିଲେ। ପଣ୍ଡିଚେରୀ ପକ୍ଷରୁ ଏମ୍‌ ପୁଭିସରନ ସର୍ବାଧିକ ୪ଟି ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri