ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬ ଶିବିର ଉଦଘାଟିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ ଭାଜପା ପ୍ରଭାରୀ ପୃଥିବୀରାଜ ମହାପାତ୍ର, ରାଜ୍ୟ ସାଧାରଣ ତଥା ବର୍ଗ ପ୍ରଶିକ୍ଷକ ବିରଞ୍ଚି ନାରାୟଣ ତ୍ରିପାଠୀ, କନ୍ଧମାଳ ବର୍ଗ ପ୍ରଭାରୀ ରଶ୍ମିମୟୀ ପଟ୍ଟନାୟକ, ବରଗଡ଼ ଜିଲା ପ୍ରଭାରୀ ତଥା ବର୍ଗ ପ୍ରଶିକ୍ଷକ ବାସୁଦେବ ବାରିକ, ଦଳର ଜିଲା ସଭାପତି ପଣ୍ଡିତ ବିଶି ମାଝୀ, ରାଜ୍ୟ ପଦାଧିକାରୀ ଅଶୋକ ମିଶ୍ର,ପ୍ରମୁଖ ମଞ୍ଚାସୀନ ରହି ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଦଳରେ ଶୃଙ୍ଖଳା, ସାଙ୍ଗଠନିକ ମଜଭୁତ ଓ ଦେଶ ପାଇଁ ସେବା ମନୋବୃତ୍ତି ଆଦିକୁ ପ୍ରଶିକ୍ଷଣରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସଂଚାଳନ ସମିତିର ବର୍ଗ ପ୍ରମୁଖ ଦେବେନ୍ଦ୍ର କୁଦେଇ, ବ୍ୟବସ୍ଥା ପ୍ରମୁଖ ଅଜିତ ସାହୁ, ସୁବାଷ ସାହୁ, ନିୟନ୍ତ୍ରକ ସୁକାନ୍ତ କୁମାର ସାହୁ, ସନ୍ତୋଷ କୁମାର ସାହୁ, କାର୍ଯ୍ୟକ୍ରମ ପ୍ରମୁଖ ମାନ ଗୋବିନ୍ଦ ପ୍ରଧାନ, ଦେବାଶିଷ ପ୍ରିୟଦର୍ଶୀ ସାହୁ ପ୍ରମୁଖ ପରିଚାଳନା କରିଥିଲେ। ଜିଲାର ସମସ୍ତ ବ୍ଲକର ଦଳୀୟ ମଣ୍ଡଳ ସଭାପତି, ମଣ୍ଡଳ ସମ୍ପାଦକ ଓ ଅନ୍ୟ କର୍ମକର୍ତ୍ତାଙ୍କୁ ଏହି ପ୍ରଶିକ୍ଷଣ ପ୍ରଦାନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri