Categories: ଜାତୀୟ

ପଣ୍ଡିତ ନେହେରୁଙ୍କ ଜନ୍ମଦିବସରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିନରେ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟୁଇଟ୍‌ କରି ନେହେରୁଙ୍କ ୧୩୦ତମ ଜନ୍ମଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହାସହ ଶିଶୁ ଦିବସର ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି। କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ନେହେରୁଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନେହେରୁ ଆଧୁନିକ ଭାରତର ସ୍ଥପତି ଥିଲେ ବୋଲି କହିଛନ୍ତି।

Share