ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ପ୍ରଦାନ ଦାବି

ବାରିପଦା ଅଫିସ, ୭ା୫- ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ ମାସା ଆର୍ମୀ ପକ୍ଷରୁ ବାରିପଦା ନିକଟସ୍ଥ ସୋଡ଼ଇମଠାରେ ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଜିଲା ସଭାପତି ମୁକେଶ ମାରାଣ୍ଡିଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଏହି ଜୟନ୍ତୀ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସୁକୁଲାଲ ମାରାଣ୍ଡି ମୁଖ୍ୟ ଅତିଥିଭାବେ ଯୋଗଦେଇ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ମାର୍ସା ଆର୍ମୀ ପକ୍ଷରୁ ବିଭିନ୍ନ ଦାବି ଉପରେ ଆଲୋକପାତ କରାଯାଇଥିଲା। ସାନ୍ତାଳୀ ଭାଷାକୁ ଓଡ଼ିଶାର ଦ୍ୱିତୀୟ ରାଜଭାଷା ମାନ୍ୟତା ଦେବା ସହିତ ଓଡ଼ିଶାରେ ପ୍ରଥମ ଶ୍ରେଣୀଠାରୁ ଆରମ୍ଭ କରି ପିଜି, ଏମଫିଲ୍‌, ପିଏଚଡ଼ି ପର୍ଯ୍ୟନ୍ତ ସାନ୍ତାଳୀ ଭାଷାରେ ପାଠ୍ୟକ୍ରମ ଖୋଲିବା, ସାନ୍ତାଳୀ ଭାଷାରେ ସିଟି ପାସ୍‌ କରିଥିବା ଛାତ୍ରୀଛାତ୍ରମାନଙ୍କୁ ତୁରନ୍ତ ସାନ୍ତାଳୀ ଭାଷା ଶିକ୍ଷକ ଭାବେ ନିଯୁକ୍ତି ପ୍ରଦାନ କରିବା, ସାନ୍ତାଳୀ ମୋବିଲାଇଜରରେ ଶିକ୍ଷକମାନଙ୍କୁ ସ୍ଥାୟୀ କରିବା, ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତ ରତ୍ନ ପ୍ରଦାନ କରିବା, ମୟୂରଭଞ୍ଜ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷା ସହିତ ସାନ୍ତାଳୀ ଭାଷାରେ ମଧ୍ୟ ଲେଖାଯିବା ଆଦି ଦାବି ଉପସ୍ଥାପନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଶ୍ୟାମାଖୁଣ୍ଟା ବ୍ଲକ ସଭାପତି ମଦନ ହାଁସଦା, ଜିଲା ଉପସଭାପତି ଲକ୍ଷ୍ମୀକାନ୍ତ ବାସ୍କେ, ଲାଙ୍ଗ ହାଁସଦା, ହରିଶ ମୁର୍ମୁ, ସୁନିଲ ସୋରେନ, ସୁବାଷ ସିଂ, ସମା ସିଂ ପ୍ରମୁଖ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରଦ୍ଧାଞ୍ଜିଳି ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri