ପତିବ୍ରତା, ଭକ୍ତି ଓ ନିଷ୍ଠାର ପ୍ରତୀକ- ମହିଳା ପାଳନ କଲେ ସାବିତ୍ରୀ ବ୍ରତ

ଖଣ୍ଡପଡ଼ା,୪ା୬(ସ୍ବ.ପ୍ର.)-ଜ୍ୟେଷ୍ଠ ଅମାବାସ୍ୟା ତିଥିରେ ସାବିତ୍ରୀ ବ୍ରତ ପାଳନ କରାଯାଏ । ପରମ ପତିବ୍ରତା, ସାଧ୍ୱୀ ସାବିତ୍ରୀ ତପସ୍ୟା ଓ ପତିଭକ୍ତି ଦ୍ୱାରା ମୃତ୍ୟୁଦେବ ଯମରାଜଙ୍କ କବଳରୁ ସ୍ବାମୀ ସତ୍ୟବାନଙ୍କ ଜୀବନ ରକ୍ଷା କରିବା ସହ ଅନେକ ବର ପ୍ରାପ୍ତ କରିଥିଲେ। ଏହାକୁ ହିନ୍ଦୁ ମହିଳାମାନେ ନିଷ୍ଠାର ସହ ସ୍ବାମୀଙ୍କ ଶୁଭକାମନା କରି ପାଳନ କରନ୍ତି। ସୋମବାର ଖଣ୍ଡପଡ଼ା ଓ ଏହାର ଆଖପାଖ ମର୍ଦ୍ଦରାଜପୁର, ବେଣାଗାଡିଆ, ଖଳିସାହି, କୋସକା, ଢୋଲମରା, ସିଧାମୂଳା ଆଦି ଅଞ୍ଚଳର ବିବାହିତା ନାରୀମାନେ ଲକ୍ଷ୍ମୀନାରାୟଣଙ୍କୁ ପୂଜାର୍ଚ୍ଚନା କରିବା ପାଇଁ ଗ୍ରାମ ନିକଟସ୍ଥ ବିଭିନ୍ନ ମନ୍ଦିରକୁ ଯାଇଥିଲେ । ବ୍ରତଧାରିଣୀମାନେ ଶୁଦ୍ଧପୁତ ହୋଇ ନୂଆ ଶାଢି, ଶଙ୍ଖା ଓ ପୂଜା ସାମଗ୍ରୀମାନ ଧରି ଶୈବ ପୀଠମାନଙ୍କରେ ଭିଡ଼ ଲଗାଇଥିଲେ । କଣ୍ଟିଲୋ ଅଞ୍ଚଳର ବ୍ରତ ଧାରିଣୀମାନେ ମଧ୍ୟ ନୂଆ ଶାଢି, ଶଙ୍ଖା, ଚୁଡି, ସିନ୍ଦୂର ପରିଧାନ କରି ଫଳ ଆଦି ପୂଜା ସାମଗ୍ରୀ ଧରି ନୀଳମାଧବ ମନ୍ଦିର ପରିସରସ୍ଥ ଲକ୍ଷ୍ମୀନାରାୟଣ ପାଖରେ ପୂଜାର୍ଚ୍ଚନା କରିଥିଲେ । ସ୍ବାମୀଙ୍କ ଦୀର୍ଘ, ନିରାମୟ ଜୀବନ କାମନା କରି ବ୍ରତ ପାଳନ କରୁଥିବା ମହିଳାମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri