ବାହାନଗା, ୧୧ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନିଳାମ୍ବର ମଳିକ(୪୮) ତାଙ୍କ ସ୍ତ୍ରୀଙ୍କୁ ଧାନ ବିଲରେ ମାଡ ମାରି ନିଆଁରେ ପୋଡି ଦେବାପରେ ନିଜେ ବିଷ ବିଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ନୂଆପୁର ଗ୍ରାମର ନୀଳାମ୍ବର ଶନିବାର ଦିନସାରା ନିକଟସ୍ଥ ଅରଳା ସୀମାରେ ଥିବା ନିଜ ଧାନ ବିଲରେ ମଦ୍ୟପାନ କରି ଆଉ ଘରକୁ ଫେରି ନ ଥିଲେ। ତାଙ୍କ ସ୍ତ୍ରୀ ସାବିତ୍ରୀ (୪୨) ଅପରାହ୍ନ ୪ଟାରେ ସେହି ବିଲକୁ ଯାଇ ସ୍ବାମୀଙ୍କୁ ଘରକୁ ଯିବା ପାଇଁ ଡାକିଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ନୀଳମ୍ବର ଉତ୍ତ୍ୟକ୍ତ ହୋଇ ସାବିତ୍ରୀଙ୍କୁ ମାଡ ମାରିଥିଲେ। ସାବିତ୍ରୀ ତଳେ ପଡିଯାଇ ଅଚେତ ହେବାରୁ ନୀଳାମ୍ବର ସେହି ବିଲରେ ସାବିତ୍ରୀଙ୍କୁ ନିଆଁ ଲଗାଇ ପୋଡି ଦେଇଥିଲେ। ପରେ ନୀଳାମ୍ବରଙ୍କ ନିଶା ଛାଡିବା ପରେ ସନ୍ଧ୍ୟାରେ ସେ ବିଲରେ ପକାଇବା ପାଇଁ ଆଣିଥିବା କିଟନାଶକ ପିଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ। ତେବେ ତାଳପଦା-ଗୋପାଳପୁର ରାସ୍ତାରେ ଯାଉଥିବା ଲୋକମାନେ ବିଲରେ ନିଆଁ ଜଳୁଥିବା ଦେଖି କିଛି ବୁଝି ପାରି ନ ଥିଲେ। ସନ୍ଧ୍ୟାରେ ନୀଳାମ୍ବର ନିଜେ ବିଲରୁ ରାସ୍ତାକୁ ଆସି ସ୍ତ୍ରୀଙ୍କୁ ମାଡ ମାରି ପୋଡିଦେବା ସହ ବିଷ ପିଇଦେଇଥିବା କହିଥିଲେ। ସ୍ଥାନୀୟ ଲୋକେ ଏହା ଶୁଣି ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ। ଏ ବିଷୟରେ ଲୋକେ ଗୋପାଳପୁର ଫାଣ୍ଡିକୁ ଜଣାଇବା ପରେ ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ପହଞ୍ଚି ପୋଡା ଶବକୁ ଜବତ କରିଛି। ଏହି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ା
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
Archives


