ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା

ବାଲେଶ୍ୱର ଅଫିସ,୨୦।୨-ବାଲେଶ୍ୱର ସହର ବାଲିଆ ବୃନ୍ଦାବତୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ‘ବିଶ୍ୱ ମାତୃଭାଷା ଦିବସ’ ଗୁରୁବାର ପାଳିତ ହୋଇଯାଇଛି। ପ୍ରତିବର୍ଷ ଫେବୃୟାରୀ ୨୧ ତାରିଖକୁ ବିଶ୍ୱ ମାତୃଭାଷା ଦିବସ ରୂପେ ପାଳନ କରାଯାଏ। ମାତ୍ର ଚଳିତବର୍ଷ ୨୧ ତାରିଖ ସରକାରୀ ଛୁଟିଦିନ ପଡୁଥିବାରୁ ଆଜିର ଦିନଟିକୁ ପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।
ବିଦ୍ୟାଳୟର ଶିଶୁ ଭଉଣୀଭାଇମାନେ ଏକ ଶୋଭାଯାତ୍ରାରେ ବାହାରି ମାତୃଭାଷାର ବ୍ୟବହାର ପ୍ରତି ସମସ୍ତଙ୍କୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ରାମେଶ୍ୱର ମନ୍ଦିର ପରିସର ନିକଟରେ ମାତୃଭାଷାର ସୁରକ୍ଷା ବିଷୟ ନେଇ ଏକ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା ସୃଷ୍ଟି କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତିର ଉପଦେଷ୍ଟା ତଥା ବାଲେଶ୍ୱର ସଙ୍କୁଳ ପ୍ରମୁଖ ଉପେନ୍ଦ୍ର ନାଥ ପାତ୍ର, ପରିଚାଳନା ସମିତିର ସଭାପତି କାଞ୍ଚନବାଳା ପାତ୍ର, ପ୍ରଧାନଆଚାର୍ଯ୍ୟ ସୁଧୀର କୁମାର ମହାନ୍ତ, ସହ ପ୍ରଧାନଆଚାର୍ଯ୍ୟା ନୀଳିମା ଦେ, ଦିବା ପର୍ଯ୍ୟାୟ ପ୍ରମୁଖା ଆଚାର୍ଯ୍ୟା କଳ୍ପଲତା ହାଜରା, ପ୍ରାତଃ ପର୍ଯ୍ୟାୟ ପ୍ରମୁଖା ସୁଶ୍ରୀ ସୁନିତା ମାଇତି, ଆଚାର୍ଯ୍ୟ ସୁକୁମାର ହାଜରା, ଆଚାର୍ଯ୍ୟ ଧୀରେନ୍ଦ୍ର ଜେନା, ଆଚାର୍ଯ୍ୟ ମାନସ କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟରେ ପ୍ରାତଃ ପର୍ଯ୍ୟାୟଠାରୁ ଦିବା ପର୍ଯ୍ୟାୟର ସ୍ବତନ୍ତ୍ର, ଶିଶୁ, ବାଲ୍‌, କିଶୋର ବର୍ଗର ଶିଶୁ ଭଉଣୀଭାଇମାନଙ୍କ ମଧ୍ୟରେ ସୁଲିଖନ, ପ୍ରବନ୍ଧ, ସାଧାରଣବିଜ୍ଞାନ ଓ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ସହ ପୁରସ୍କୃତ କରାଯାଇଥିଲା। ମାତୃଭାଷା ମାଧ୍ୟମରେ ପିଲାମାନଙ୍କର ସର୍ବାଙ୍ଗୀନ ବିକାଶ କରିବା ଲକ୍ଷ୍ୟ ନେଇ ବିଦ୍ୟାଳୟର ମାତୃଭାଷା ପ୍ରମୁଖ ତାନଶ୍ରୀ ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବିଦ୍ୟାଳୟର ଆଚାର୍ଯ୍ୟା ଶଶୀକଳା ପରିଡ଼ା, ଆଚାର୍ଯ୍ୟ ପଞ୍ଚାନନ ଦାଶ, ଆଚାର୍ଯ୍ୟ ଶଶୀକାନ୍ତ ସାହୁ ଓ ଅନ୍ୟାନ୍ୟ ସମସ୍ତ ଗୁରୁମାଗୁରୁଜୀ, ଅପା, ଭାଇ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri