ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା

ବାଲେଶ୍ୱର ଅଫିସ,୨୦।୨-ବାଲେଶ୍ୱର ସହର ବାଲିଆ ବୃନ୍ଦାବତୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ‘ବିଶ୍ୱ ମାତୃଭାଷା ଦିବସ’ ଗୁରୁବାର ପାଳିତ ହୋଇଯାଇଛି। ପ୍ରତିବର୍ଷ ଫେବୃୟାରୀ ୨୧ ତାରିଖକୁ ବିଶ୍ୱ ମାତୃଭାଷା ଦିବସ ରୂପେ ପାଳନ କରାଯାଏ। ମାତ୍ର ଚଳିତବର୍ଷ ୨୧ ତାରିଖ ସରକାରୀ ଛୁଟିଦିନ ପଡୁଥିବାରୁ ଆଜିର ଦିନଟିକୁ ପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।
ବିଦ୍ୟାଳୟର ଶିଶୁ ଭଉଣୀଭାଇମାନେ ଏକ ଶୋଭାଯାତ୍ରାରେ ବାହାରି ମାତୃଭାଷାର ବ୍ୟବହାର ପ୍ରତି ସମସ୍ତଙ୍କୁ ଉତ୍ସାହିତ କରିବା ପାଇଁ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ରାମେଶ୍ୱର ମନ୍ଦିର ପରିସର ନିକଟରେ ମାତୃଭାଷାର ସୁରକ୍ଷା ବିଷୟ ନେଇ ଏକ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନସଚେତନତା ସୃଷ୍ଟି କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତିର ଉପଦେଷ୍ଟା ତଥା ବାଲେଶ୍ୱର ସଙ୍କୁଳ ପ୍ରମୁଖ ଉପେନ୍ଦ୍ର ନାଥ ପାତ୍ର, ପରିଚାଳନା ସମିତିର ସଭାପତି କାଞ୍ଚନବାଳା ପାତ୍ର, ପ୍ରଧାନଆଚାର୍ଯ୍ୟ ସୁଧୀର କୁମାର ମହାନ୍ତ, ସହ ପ୍ରଧାନଆଚାର୍ଯ୍ୟା ନୀଳିମା ଦେ, ଦିବା ପର୍ଯ୍ୟାୟ ପ୍ରମୁଖା ଆଚାର୍ଯ୍ୟା କଳ୍ପଲତା ହାଜରା, ପ୍ରାତଃ ପର୍ଯ୍ୟାୟ ପ୍ରମୁଖା ସୁଶ୍ରୀ ସୁନିତା ମାଇତି, ଆଚାର୍ଯ୍ୟ ସୁକୁମାର ହାଜରା, ଆଚାର୍ଯ୍ୟ ଧୀରେନ୍ଦ୍ର ଜେନା, ଆଚାର୍ଯ୍ୟ ମାନସ କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟରେ ପ୍ରାତଃ ପର୍ଯ୍ୟାୟଠାରୁ ଦିବା ପର୍ଯ୍ୟାୟର ସ୍ବତନ୍ତ୍ର, ଶିଶୁ, ବାଲ୍‌, କିଶୋର ବର୍ଗର ଶିଶୁ ଭଉଣୀଭାଇମାନଙ୍କ ମଧ୍ୟରେ ସୁଲିଖନ, ପ୍ରବନ୍ଧ, ସାଧାରଣବିଜ୍ଞାନ ଓ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ସହ ପୁରସ୍କୃତ କରାଯାଇଥିଲା। ମାତୃଭାଷା ମାଧ୍ୟମରେ ପିଲାମାନଙ୍କର ସର୍ବାଙ୍ଗୀନ ବିକାଶ କରିବା ଲକ୍ଷ୍ୟ ନେଇ ବିଦ୍ୟାଳୟର ମାତୃଭାଷା ପ୍ରମୁଖ ତାନଶ୍ରୀ ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବିଦ୍ୟାଳୟର ଆଚାର୍ଯ୍ୟା ଶଶୀକଳା ପରିଡ଼ା, ଆଚାର୍ଯ୍ୟ ପଞ୍ଚାନନ ଦାଶ, ଆଚାର୍ଯ୍ୟ ଶଶୀକାନ୍ତ ସାହୁ ଓ ଅନ୍ୟାନ୍ୟ ସମସ୍ତ ଗୁରୁମାଗୁରୁଜୀ, ଅପା, ଭାଇ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri