ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ ଠାରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, ସୋମବାର ସ୍ଥାନୀୟ ନୂଆ ହଟିଂବାସୀଙ୍କଠାରୁ ଖବର ପାଇ ବାମେବାରୀ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି ଏହାର ତଦନ୍ତ ଆରମ୍ଭ କରିଛି। ପୋଲିସର ତଦନ୍ତ ଅନୁଯାୟୀ, ମୃତକଙ୍କ ନାମ ଅଶୋକ କୁମାର ମହାକୁଡ଼(୩୪)। ଘର ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁରରେ। ସେ କାଳିମାଟି ଅଞ୍ଚଳରେ ରହି ଟ୍ରକ ଚଳାଉଥିଲେ। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରିଛି। ଏନେଇ ବାମେବାରୀ ଥାନାରେ କେସ୍‌ ନଂ ୬/୨୦ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରେ ସାଇନ୍ଟଫିକ୍‌ ଟିମ୍‌ ସହିତ ବଡ଼ବିଲ ଏସ୍‌ଡିପିଓ ସତ୍ୟବିକାଶ ଭୂୟାଁ , ଯୋଡ଼ା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ, ବାମେବାରୀ ଥାନା ଓଆଇସି ଅମିତାଭ୍‌ ଦାସ ସଦଳବଳ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପରେ ଏହାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri