ପଥରରେ ଛେଚି ଯୁବକଙ୍କୁ ହତ୍ୟା

କେନ୍ଦୁଝର,୧୫ା୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା ଗ୍ରାମ ଛକ ନିକଟରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଡବର ମାଝି (୨୭)। ତାଙ୍କୁ ହତ୍ୟା କରାଯିବାର କାରଣ ଜଣା ପଡିନାହିଁ ା ହତ୍ୟାକାରୀ ଫେରାର ଥିବା ପୋଲିସ କହିଛି ା ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ା କେହି ଦୁର୍ବୃତ୍ତ ଡବରଙ୍କ ମୁଣ୍ଡ ଓ ମୁହଁକୁ ପଥରରେ ଛେଚି ଏଭଳି ବୀଭତ୍ସ ଭାବେ ହତ୍ୟା କରିଛନ୍ତି ଯେ ତାଙ୍କୁ ଚିହ୍ନିବା ସମ୍ଭବ ହୋଇ ନ ଥିଲା। ଡବରଙ୍କ ପୋଷାକରୁ ପରିବାର ଲୋକ ତାଙ୍କୁ ଚିହ୍ନି ଥିଲେ ା ପାରିପାର୍ଶ୍ୱିକ ଅବସ୍ଥାରୁ ଏକାଧିକ ଲୋକ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି ା
ମିଳିଥିବା ସୂଚନା ଅନୁଯାୟୀ, ଗତ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ବାଇକ୍‌ରେ ହରିଚନ୍ଦନପୁର ହାଟକୁ ଡବର ଓ ତାଙ୍କ ପୁତୁରା କାହ୍ନୁ ଯାଇଥିଲେ। ସେଠାରୁ ଫେରିବା ପରେ ଡବର ସଂପୃକ୍ତ ବ୍ୟକ୍ତିଙ୍କୁ ଗାଡି ଫେରାଇବାକୁ ଯାଇଥିଲେ। ସେତେବେଳକୁ ସନ୍ଧ୍ୟା ହୋଇଯାଇଥିଲା ା ବିଳମ୍ବିତ ରାତି ପର୍ଯ୍ୟନ୍ତ ଡବର ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ସକାଳେ ତାଙ୍କୁ କେହି ହତ୍ୟା କରି ରାସ୍ତାରେ ପକାଇ ଦେଇଥିବା ଦେଖିବାକୁ ମିଳିଥିଲା। ଏନେଇ ପୋଲିସକୁ ତୁରନ୍ତ ଅବଗତ କରାଯାଇଥିଲା ା ପୋଲିସ ତଦନ୍ତ ଜାରି ରହିଛି। ଉକ୍ତ ସ୍କୁଟରକୁ ନେଇ ଗଣ୍ଡଗୋଳ ହୋଇଥିବା ଏବଂ ହତ୍ୟାକାଣ୍ଡ ଘଟିଥିବା ପୋଲିସ ସନ୍ଦେହ କରି ଘଟଣାର ତଦନ୍ତ କରୁଥିବା ଜଣାପଡିଛି। ଡବରଙ୍କ ସ୍ତ୍ରୀଙ୍କ ଏତଲାକୁ ଭିତ୍ତି କରି ଦୈତାରୀ ଥାନାରେ ୩୦୨ ଦଫାରେ ଏକ ହତ୍ୟା ମାମଲା (ନଂ. ୮୦/୨୦୧୯) ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri