ପଥରରେ ଛେଚି ଯୁବକଙ୍କୁ ହତ୍ୟା

ସୋହେଲା,୨୯ା୪(ଡି.ଏନ.ଏ.) – ସୀମାନ୍ତ ଲୁହୁରାଚଟି ପୁରୁଣା ଚେକ୍‌ଗେଟରେ ଚା ଦୋକାନ କରି ପରିବାର ପୋଷଣ କରୁଥିବା ଲୁହୁରାଚଟି ଗ୍ରାମର ରଜନୀକାନ୍ତ ଠେଟୁଆ(୩୮)ଙ୍କ ମୃତଦେହ ମଙ୍ଗଳବାର ସକାଳେ ଛତିଶଗଡ ରାଜ୍ୟ ସୀମାନ୍ତ ଏକ ଚାଷଜମିରୁ ଉଦ୍ଧାର କରାଯାଇଛି। ତାଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଛି ା ଏହି ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡି ନ ଥିଲେ ହେଁ ମଦ କାରବାରକୁ ନେଇ ଏପରି ଘଟଣା ଘଟିଥିବା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆଲୋଚନା ହେଉଛି ା ଖବର ପାଇ ବରଗଡ ଏସ୍‌ପି ପଦ୍ମିନୀ ସାହୁ, ପଦ୍ମପୁର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ଏବଂ ସୋହେଲା ଥାନା ଆଇଆଇସି ନିର୍ମଳ କୁମାର ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଛନ୍ତି।
ଭାଇ ନରୋତ୍ତମ ଠେଟୁଆଙ୍କ ଅଭିଯୋଗ ଅନୁଯାୟୀ, ରଜନୀକାନ୍ତ ସୋମବାର ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଘରୁ ସାଇକେଲ ନେଇ କୁଆଡ଼େ ଯାଉଥିଲେ ା ଏହାପରେ ସେ ଆଉ ଘରକୁ ଫେରି ନ ଥିଲେ। ମଙ୍ଗଳବାର ସକାଳେ ପୁରୁଣା ଚେକଗେଟ ପଛପାର୍ଶ୍ୱ ଛତିଶଗଡ଼ ରାଜ୍ୟ ସୀମାନ୍ତକୁ ଲାଗି ରହିଥିବା ତେଲିମୁଣ୍ଡାର ଚାଷଜମିରେ ରଜନୀକାନ୍ତଙ୍କ ମୃତଦେହ ପଡିଥିବା ଖବର ମିଳିଥିଲା। ସାଇକେଲ ମୃତଦେହ ଉପରେ ପଡିଥିବା ବେଳେ ଚପଲ ପାଖରେ ପଡିଥିଲା ା ସୋହେଲା ପୋଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି ା ବଲାଙ୍ଗୀରରୁ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମ୍‌ ଆସି ତଦନ୍ତ କରିବା ସହିତ ରକ୍ତ ନମୁନା ସଂଗ୍ରହ କରିଛି ା ଏ ନେଇ ସୋହେଲା ଥାନାରେ ଏକ ମାମଲା(ନଂ. ୫୨/୨୦) ରୁଜୁ କରି ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ବରଗଡ ପଠାଇଛି। ମୃତକଙ୍କ ସାଇକେଲ ଏବଂ ଚପଲକୁ ପୋଲିସ ଜବତ କରିବା ସହିତ ତଦନ୍ତ ଜାରି ରଖିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri