ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ବଡ଼ପାଖଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ବହଳଦା ଥାନା ଗୁହାଳଡ଼ାଙ୍ଗିରି ଗ୍ରାମର ତରଣୀସେନ ଧୀର। ମୃତ ଚନ୍ଦ୍ରମୋହନ ମହାନ୍ତଙ୍କ ପୁଅ ଉମେଶଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା (ନଂ.୮୬/୨୦୨୦) ରୁଜୁ କରି ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଚଳାଇଛି। ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ମୃତ ଚନ୍ଦ୍ରମୋହନଙ୍କ ସ୍ତ୍ରୀଙ୍କ ଉପରେ ତରଣୀସେନଙ୍କ ପୂର୍ବରୁ ଖରାପ ନଜର ରହିଥିଲା। ଚନ୍ଦ୍ରମୋହନ ଏ ସମ୍ପର୍କରେ ଜାଣିବା ପରେ ତରଣୀସେନଙ୍କ ଘରକୁ ପଚାରିବା ପାଇଁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଅଭିଯୁକ୍ତ ଯୁବକ ତାଙ୍କ ପିଛା କରି ଆସିଥିଲେ। ବଡ଼ପାଖଣା ଗ୍ରାମ ରାସ୍ତାପାର୍ଶ୍ୱ ଏକ ଘଞ୍ଚ ବୁଦା ନିକଟରେ ଏକୁଟିଆ ପାଇ ଚନ୍ଦ୍ରମୋହନଙ୍କ ମୁଣ୍ଡକୁ ଏକ ପଥରରେ ଛେଚି ହତ୍ୟା କରିବା ପରେ ତରଣୀସେନ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଅଭିଯୁକ୍ତ ତରଣୀସେନଙ୍କୁ ତାଙ୍କ ଘରୁ ଗିରଫ କରିଥିଲା। ପୋଲିସ ନିକଟରେ ଅଭିଯୁକ୍ତ ନିଜ ଦୋଷ ସ୍ବୀକାର କରିଥିବା ରାଇରଙ୍ଗପୁର ଏସ୍‌ଡିପିଓ ସ୍ନେହାଶିଷ ସାହୁ ଏବଂ ଥାନା ଅଧିକାରିଣୀ ରେଣୁବାଳା ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri