ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଥିବା ନେଇ ଏସ୍‌ଡିପିଓ ରାଜକିଶୋର ଦାସ ସୂଚନା ଦେଇଛନ୍ତି।

ପ୍ରକାଶଯେ, କ୍ବାରୀରେ ପଥର ଫୁଟାଇବା ପାଇଁ ଆନ୍ଧ୍ରର ବିଆରସି ନାମକ ଏକ ସଂସ୍ଥା ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ବ୍ୟବହାର କରୁଥିବା ନେଇ ପୋଲିସ ଖବର ପାଇଥିଲା। ମଙ୍ଗଳବାର ପୋଲିସ ସେଠାରେ ଚଢାଉ କରିଥିଲା। ପୋଲିସ ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିବା ସହ ଏଥିରେ ନିୟୋଜିତ ଥିବା କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଏମ୍‌.ଶିବ କୁମାର, ଶ୍ରୀନିବାସ କୁମାର ଏବଂ ଜୟ ପ୍ରକାଶ ଚୌଧୁରୀ। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri