ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା ନେଇ କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡିଛି ଯେ, ପଥର ଚିପ୍ସ ବୋଝେଇ ଏକ ହାଇୱା (ଜେଏଚ୦୭କେ ୪୧୫୨) ଯୋଗେ ଚାଳକ ବନାରସି ଓରାମ ଓ ଅମିତ ଲେହରି ଖତକୁରବାହାଲ ଗ୍ରାମ ପଟୁ କୁତ୍ରା ଆଡକୁ ଆସୁଥିବା ବେଳେ ତାଙ୍କୁ ୨ଟି ବାଇକରେ ପିଛା କରୁଥିବା ୪ ଜଣ ଲିଟିବେଡା ଜଙ୍ଗଲ ରାସ୍ତା ଉପରେ ହାଇୱାର ପଛପଟୁ ୫ ରାଉଣ୍ଡ ଗୁଳିଚାଳନା କରିଥିବା ନେଇ ଅଭିଯୋଗ ହୋଇଛି। ହାଇୱା ଉପରେ ଗୁଳିମାଡ ହେଉଥିବା ଜାଣି ପାରି ଚାଳକ ଦ୍ରୁତ ଗତିରେ ସେଠାରୁ ପଳାଇ ଯାଇ ଜୀବନ ରକ୍ଷା କରିଥିଲେ। ତେବେ ଗୁଳିମାଡ଼ର କାରଣ ଅସ୍ପଷ୍ଟ ହୋଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ୨ଟି ଖୋକା ପଡିଥିବା ଦେଖିବାକୁ ମିଳିଛି।
ଅନ୍ୟପକ୍ଷରେ ଏହି ଅଞ୍ଚଳରେ ହେଉଥିବା ଗୋଚାଳନକୁ ବିରୋଧ କରାଯାଉଥିବା ବେଳେ ଏହାକୁ ନେଇ ଗୋଚାଲାଣ କାରି ଗୋଷ୍ଠୀ ପକ୍ଷରୁ ଏହି ଗୁଳି ଚାଳନା ହୋଇଥିବା ନେଇ ଆକ୍ରମଣର ଶିକାର ହୋଇଥିବା ନେଇ ଗାଡି ମାଲିକ ଓ ଅଞ୍ଚଳବାସୀ ପ୍ରକାଶ କରିଛନ୍ତି। ୧୫ ଦିନ ପୂର୍ବରୁ ମଧ୍ୟ ଗାଡି ମାଲିକ ନିଖିଲ ଲେହେରିଙ୍କ ଗାଡି ଉପରକୁ ପଥର ମାଡ ହୋଇଥିବା କହିଛନ୍ତି। ଏହି ଘଟଣାକୁ ନେଇ ବାରମ୍ବାର ଥାନାରେ ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri