ପଥର ଚୋରା ଚାଲାଣ ର଼୍ୟାକେଟରେ ପୋଲିସ ଲିଙ୍କ୍‌ ମାମଲା: ବଦଳିଲେ ଥାନା ଅଧିକାରୀ ରଞ୍ଜିତ ସାହୁ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଖୋର୍ଦ୍ଧା ଚୋରା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଇନ୍ସପେକ୍ଟର ରଞ୍ଜିତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ଟାଉନ ଥାନାରୁ ବାଲେଶ୍ୱର ବାଲିଆପାଳ ଥାନାକୁ ବଦଳି ପରେ ଛୁଟିରେ ଯାଇ ଆଉ ଫେରି ନ ଥିବାରୁ ଏସ୍‌ପି ବି. ଯୁଗଳ କିଶୋର କୁମାର ତାଙ୍କୁ ବଦଳି କରିଛନ୍ତି। ବାଲିଆପାଳ ଥାନାଧିକାରୀ ପଦରୁ ତାଙ୍କୁ ହଟାଯାଇ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରାଯାଇଥିବାବେଳେ ତାଙ୍କ ସ୍ଥାନରେ ଇନ୍ସପେକ୍ଟର ବିମଳ ନାୟକଙ୍କୁ ନିଯୁକ୍ତି ଦିଆଯାଇଛି। ଯଦି ରଞ୍ଜିତ ଏକ ସପ୍ତାହ ମଧ୍ୟରେ ନୂତନ ସ୍ଥାନରେ କାର୍ଯ୍ୟରେ ଯୋଗ ନ ଦିଅନ୍ତି, ତାଙ୍କୁ ପୁଣିଥରେ ଏସ୍‌ପିଙ୍କ ପକ୍ଷରୁ ନୋଟିସ କରାଯିବ। ଜବାବ ନ ମିଳିଲେ ତାଙ୍କ ବିରୋଧରେ ପୋଲିସ ଡିଜି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଜଣାପଡିଛି।
ସୂଚନା ଅନୁଯାୟୀ, ଚୋରାପଥର ଚାଲାଣ ଓ ନିଶା ମାଫିଆଙ୍କ ସହ ଇନ୍ସପେକ୍ଟର ରଞ୍ଜିତଙ୍କର ଲିଙ୍କ୍‌ଥିବା ନେଇ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ପ୍ରମାଣ ପାଇଛି। ପୋଲିସ ଡିଜି ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଏହି ମାମଲାରେ ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ମଧ୍ୟ ସମ୍ପୃକ୍ତ ଥିବାରୁ ତାଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ତେବେ ଏହି ଦୁଇ ଇନ୍ସପେକ୍ଟର ଫେରାର ଥିବାରୁ ଗିରଫ ପାଇଁ ଏସ୍‌ଟିଏଫ୍‌ ଚଢ଼ାଉ ଜାରି ରଖିଛି। ଗିରଫଦାରୀକୁ ଏହାଇବା ପାଇଁ ଉଭୟ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି। କୁହାଯାଉଛି, ଉଭୟଙ୍କୁ ଗିରଫ ନ କରିବା ପାଇଁ ଯୋଜନା କରାଯାଉଛି। ଜାମିନ ନ ମିଳିବା ପର୍ଯ୍ୟନ୍ତ ଏସ୍‌ଟିଏଫ୍‌ ଉଭୟଙ୍କୁ ଯେପରି ଗିରଫ ନ କରିବ ସେଥିପାଇଁ ଷଡ଼ଯନ୍ତ୍ର ଚାଲିଛି। ଏହି ଷଡ଼ଯନ୍ତ୍ରରେ କେତେଜଣ ପୋଲିସ ଅଧିକାରୀ ମଧ୍ୟ ସାମିଲ୍‌ ଥିବା ଶୁଣିବାକୁ ମିଳୁଛି। ଗତ ଅଗଷ୍ଟ ମାସରେ ଏସ୍‌ଟିଏଫ୍‌ ଉଭୟଙ୍କୁ ପଚରାଉଚରା କରିଥିଲେ ମଧ୍ୟ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା। ଏବେ ଫେରାର ଥିବା ଦର୍ଶାଇ ସେମାନଙ୍କୁ ଗିରଫ କରାଯାଉ ନ ଥିବାରୁ ଏସ୍‌ଟିଏଫ୍‌ର କାର୍ଯ୍ୟଧାରାକୁ ନେଇ ନାନା ପ୍ରଶ୍ନ ଉଠୁଛି।
ଏ ସମ୍ପର୍କରେ ଡିଜିପି ବିଜୟ କୁମାର ଶର୍ମା କହିଛନ୍ତି, ଦୁର୍ନୀତିଖୋର ପୋଲିସ ଅଫିସରଙ୍କୁ ବରଦାସ୍ତ କରାଯିବ ନାହିଁ। ଯେଉଁମାନଙ୍କ ନାମରେ ଦୁର୍ନୀତି କିମ୍ବା ଆପରାଧିକ ମାମଲା ରହିବ, ସେମାନଙ୍କ ଉପରେ ‘ମୋ ସରକାର’ କାର୍ଯ୍ୟକ୍ରମ ଓ ୫-ଟି ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri