ପଥର ଟ୍ରକ୍‌ ଧରିବାକୁ ଯାଇ ତହସିଲଦାର ହଟହଟା

କଣାସ,୮।୧୧(ସ୍ବ.ପ୍ର.)- ପୁରୀ ଜିଲା କଣାସ ତହସିଲଦାର ଶୁକ୍ରବାର ଏକ ପଥର ବୋଝେଇ ଟ୍ରକ୍‌କୁ ଧରିବାକୁ ଯାଇ ହଟହଟା ହୋଇଛନ୍ତି। ଅପରପକ୍ଷେ ତହସିଲଦାର ଏ ନେଇ ଥାନାରେ ଅଭିଯୋଗ ମଧ୍ୟ କରି ନ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, କଣାସ ତହସିଲଦାର ଉମାକାନ୍ତ ରାଉତ ଏକ ବୋଲେରରେ ୩ଜଣ ବ୍ୟକ୍ତିଙ୍କ ସହ ଖୋର୍ଦ୍ଧାରୁ ନୂଆ ଜଗନ୍ନାଥ ସଡ଼କରେ କଣାସ କାର୍ଯ୍ୟାଳୟକୁ ଫେରୁଥିଲେ। ଏହି ସମୟରେ ଆଗରେ ଏକ ପଥର ବୋଝେଇ ମିନି ଟ୍ରକ ଯାଉଥିବା ଦେଖି ଅଟକାଇବାକୁ ଚେଷ୍ଟା କରିଥିଲେ। ଏହାଦେଖି ଟ୍ରକ ଡ୍ରାଇଭର ଜଣକ ଜଗନ୍ନାଥ ସଡ଼କ ଛାଡ଼ି ଚୁପୁରିଙ୍ଗି ଗ୍ରାମ ମଧ୍ୟକୁ ଚାଲିଯାଇଥିଲେ। ତହସିଲଦାର ମଧ୍ୟ ଟ୍ରକ ପଛେ ପଛେ ଗାଁ ଭିତରକୁ ଯିବା ସମୟରେ ଏକ ବାଛୁରୀକୁ ତାଙ୍କ ବୋଲେରଟି ଧକ୍କା ଦେଇଥିଲା। ତହସିଲଦାର ପଥର ଗାଡ଼ିକୁ ପିଛା କରୁଥିବା ଗ୍ରାମର କେତେଜଣ ଲୋକ ଜାଣିବା ପରେ ତାଙ୍କ ଗାଡ଼ିକୁ ଘେରିଯାଇଥିଲେ। ତହସିଲଦାର ସେମାନଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ବଚସା ହୋଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ତହସିଲଦାର ସେଠାରୁ ଚାଲିଯାଇଥିଲେ ମଧ୍ୟ ଘଟଣା ବିଷୟରେ ଗଡ଼ିଶାଗୋଦା ଥାନାକୁ ନ ଜଣାଇ ନିଜ କାର୍ଯ୍ୟାଳୟକୁ ଫେରିଆସିଥିଲେ। ଏ ସମ୍ପର୍କରେ ତହସିଲଦାରଙ୍କ ଟେଲିଫୋନ୍‌ ନଂ(୭୦୭୭୫୫୦୧୪୫)ରେ ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଏ ନେଇ ଗଡ଼ିଶାଗୋଦା ଥାନାଧିକାରୀ ଶଙ୍କର୍ଷଣ ଦଳାଇଙ୍କୁ ପଚାରିବାରୁ ଏଭଳି ଘଟଣା ନେଇ ତହସିଲଦାରଙ୍କ ପକ୍ଷରୁ କୌଣସି ଅଭିଯୋଗ ହୋଇ ନ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri