ପଥର ବୋଝେଇ ଟ୍ରକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ୪ ଆହତ

ସୋର, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥ ବରଫକଳ ଛକଠାରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସ ମଧ୍ୟରେ ଥିବା ରୋଗୀଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି।
ସୋମବାର ରାତି ପ୍ରାୟ ୨ଟା ବେଳେ ଏକ ଆମ୍ବୁଲାନ୍ସ(ନଂ.ଡବ୍ଲ୍ୟୁବି୩୧ଏ-୦୨୧୭) ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରୁ ରୋଗୀ ଡିସ୍‌ଚାର୍ଜ ନେଇ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଫେରୁଥିଲା। ସୋର ବରଫକଳ ଛକଠାରେ ଏକ ପଥର ବୋଝେଇ ଟ୍ରକ୍‌ (ନଂ. ଓଆର୍‌୦୯ଇ-୦୭୪୪)ର ପଛପଟକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚତ୍ ଉଦ୍ଧାର କରି ଆମ୍ବୁଲାନ୍ସ ଓ ଦମକଳବାହିନୀ ଗାଡ଼ି ଦ୍ୱାରା ଆହତମାନଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲା। ପରେ ସେମାନଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଆହତମାନେ ହେଲେ ରୋଗୀ ବାସୁ ମଣ୍ଡଳ, ସାଥିରେ ଥିବା ନିମାଇଁ ମୁନିଆ, ଚନ୍ଦନ ମଣ୍ଡଳ, ଶ୍ରୀମନ୍ତ ଦାସମହାପାତ୍ର। ସୋର ପୋଲିସ ଆମ୍ବୁଲାନ୍ସ ଓ ଟ୍ରକ୍‌କୁ ଜବତ କରଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri