ପଦନୀପାଳକୁ ଜିଲାପାଳଙ୍କ ଗସ୍ତ: ଖୁବ୍‌ଶୀଘ୍ର ପୋଲ ନିର୍ମାଣ ପ୍ରତିଶ୍ରୁତି

ଆଳି/ରାଜକନିକା, ୫।୧୨ (ଡି.ଏନ୍‌.ଏ): ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତ ଚତୁଃପାର୍ଶ୍ୱରେ କାଣୀ ଓ ଖରସ୍ରୋତା ନଦୀ ଘେରି ରହିଥିବାରୁ ପଞ୍ଚାୟତବାସୀ ଘରୁ ବାହାରିଲେ ଡଙ୍ଗାର ଆବଶ୍ୟକତା ପଡ଼େ। ତେବେ ଦୀର୍ଘବର୍ଷ ଧରି ଏହି ପଞ୍ଚାୟତବାସୀଙ୍କ ଯାତାୟାତ ସୁବିଧା ନିମନ୍ତେ ଏକ ପୋଲ ନିର୍ମାଣ ପାଇଁ ଦାବି ହେଉଥିଲେ ବି ପ୍ରଶାସନ କିମ୍ବା ରାଜନେତା ଏ ଦିଗରେ ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଏହି ପଞ୍ଚାୟତରେ ବସବାସ କରୁଥିବା ପ୍ରାୟ ୫ହଜାର ଲୋକଙ୍କ ଯାତାୟାତର ଏକମାତ୍ର ମାଧ୍ୟମ ପାଲଟିଛି ଡଙ୍ଗା। ହେଲେ ଏବେ ନିଜ ଉଦ୍ୟମରେ ପୋଲ ତିଆରି କରିବା ପାଇଁ ପଞ୍ଚାୟତବାସୀ ଚାନ୍ଦା ଆଦାୟ କରି ପୋଲ ନିର୍ମାଣ କରୁଥିବା ବେଳେ ଏ ସମ୍ପର୍କିତ ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହି ଖବରପାଇ କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମା ବୁଧବାର ପଦନୀପାଳ ପଞ୍ଚାୟତ ଗସ୍ତ କରି ସ୍ଥାନୀୟ ଲୋକେ ନିର୍ମାଣ କରିଥିବା ରାସ୍ତାକୁ ଦେଖିଛନ୍ତି। ଏଥିସହ ଅଞ୍ଚଳବାସୀଙ୍କ ସହ ଆଲୋଚନା କରି ଖୁବ୍‌ଶୀଘ୍ର ନଦୀ ଉପରେ ପୋଲ ନିର୍ମାଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ଏଥିସହିତ ନଦୀ କୂଳ ଖାଉଥିବା ସ୍ଥାନରେ ପଥର ପ୍ୟାକିଂ କରାଯିବ ବୋଲି ଜିଲାପାଳ କହିଛନ୍ତି। ଅପରପକ୍ଷରେ ଗ୍ରାମବାସୀ ଚାନ୍ଦାକରି ତିଆରି କରିଥିବା ରାସ୍ତାକୁ ଏମ୍‌ଜିଏନଆର୍‌ଇଜିଏସ୍‌ ମାଧ୍ୟମରେ ଅର୍ଥ ପ୍ରଦାନ କରିବେ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୦୮ ରେ ତତ୍କାଳୀନ କେନ୍ଦ୍ରାପଡ଼ା ଜିଲାପାଳ ପଦନୀପାଳକୁ ଯାଇ ପୋଲ ହେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?