ପଦଯାତ୍ରାରେ ଚାଷୀ: ବୁଲିବେ ୧୨୦୦ କିମି

ନୟାଗଡ ଅଫିସ, ୩ା୨: ପଦଯାତ୍ରାରେ  ଗାଁକୁ ଗାଁ ବୁଲୁଛନ୍ତି ଚାଷୀ। ଚାଷୀ ଓ ସାଧାରଣ ଲୋକଙ୍କୁ ସେମାନଙ୍କ ସମସ୍ୟା ଅବଗତ କରାଉଛନ୍ତି । ୨୦ ବର୍ଷରୁ ଊର୍ଦ୍ଧ୍ୱ ଚାଷ କାର୍ଯ୍ୟରେ ନିୟୋଜିତ ହୋଇଥିବା ଚାଷୀଙ୍କୁ ମାସିକ ୫ ହଜାର ପେନସନ, ଧାନ କୁଇଣ୍ଟାଲ ୫ ହଜାର ଟଙ୍କା, ବାର୍ଦ୍ଧକ୍ୟ ଭତ୍ତା ୧୫୦୦, ଉପତ୍ାଦିତ ଦ୍ରବ୍ୟର ଉଚିତ ମୂଲ୍ୟ, ଗାଁ ଗାଁରେ ଶୀତଳଭଣ୍ଡାର ଓ ଗୋଦାମ ଘର ନିର୍ମାଣ ଦାବି ସମ୍ପର୍କରେ ସରକାରଙ୍କୁ ଅବଗତ କରାଇବେ ବୋଲି କହିଛନ୍ତି। ରାଜ୍ୟ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଜାନୁୟାରୀ ୨୩ ନେତାଜୀ ଜୟନ୍ତୀରୁ ଓଡଗାଁ ରଘୁନାଥ ପୀଠରୁ ଏହି ପଦଯାତ୍ରା ଆରମ୍ଭ ହୋଇଛି। ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଏଥିରେ ସାମିଲ ହୋଇଛନ୍ତି। ମେ ୧ରେ ଭୁବନେଶ୍ୱରରେ ପଦଯାତ୍ରା ପହଞ୍ଚିବ। ପଦଯାତ୍ରୀ ଦଳ ରାଜ୍ୟର ୧୨୦୦ କିମି, ୫୦୦ ଗାଁ ପରିକ୍ରମା କରିବେ। ଏଥିରେ ଜଗତ୍‌ସିଂହପୁର ଦେବୀ ପ୍ରସାଦ ମହାରଣା, ସ୍ନେହୁସୁ ଜେନା, ସୁରେନ୍ଦ୍ର ମହାରଣା, ନୟାଗଡର ଭାଗବତ ପ୍ରଧାନ, ମହେଶ୍ୱର ଜେନା, ବାଉରୀବନ୍ଧୁ ବେହେରା ପ୍ରମୁଖ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri