ପଦଯାତ୍ରାରେ ରାଜଧାନୀ ବାହାରିଲେ ସେବାୟତ: ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇବେ

ବାରିପଦା ଅଫିସ,୨୯।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ସହିତ ପୂର୍ଣ୍ଣ କ୍ଷମତାପ୍ରାପ୍ତ ସ୍ଥାୟୀ ଦେବୋତ୍ତର ନିର୍ବାହୀ ନିଯୁକ୍ତି, ଦେବୋତ୍ତର ସମ୍ପତ୍ତିର ପୁନରୁଦ୍ଧାର ସହ ସୁରକ୍ଷା, ସେବାୟତମାନେ ପାଇ ଆସୁଥିବା ସର୍ବନିମ୍ନ ମାସିକ ଭତ୍ତା ବୃଦ୍ଧି ଆଦି ବିଭିନ୍ନ ଦାବି ନେଇ ସୋମବାର ସକାଳୁ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ପୁଣି ଥରେ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିି ଉପରୋକ୍ତ ଦାବି ଜଣାଇବା ଲକ୍ଷ୍ୟ ରଖି ସେମାନେ ପଦଯାତ୍ରା କରୁଥିବା କହିଛନ୍ତି। ରବିବାର ଅପରାହ୍ନରେ ସେବାୟତମାନେ ବାରିପଦା ସହର, ବଜାର ବୁଲି ସହରବାସୀଙ୍କଠାରୁ ସ୍ବେଚ୍ଛାକୃତ ଭାବେ ସାହାଯ୍ୟ, ଦାନ ଓ ଦକ୍ଷିଣା ଭିକ୍ଷା କରିଥିଲେ।
ଉଲ୍ଲେଖନୀୟ ଯେ, ଗତ ସାଧାରଣ ନିର୍ବାଚନ ପୂର୍ବରୁ ଏପ୍ରିଲ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ବାରିପଦାକୁ ନିର୍ବାଚନ ପ୍ରଚାର ପାଇଁ ଆସିଥିଲେ। ଏହି ଦିନ ସେ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ସେଠାରେ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ଉପରୋକ୍ତ ଦାବିଗୁଡିକ ଲିଖିତ ଭବେ ଜଣାଇଥିଲେ। ସେତେବେଳେ ନିର୍ବାଚନ ଆଚରଣବିଧି ଲାଗୁ ହୋଇଥିବାରୁ ପରେ ପଦକ୍ଷେପ ଗ୍ରହଣ କରିବେ ବୋଲି ସେବାୟତମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ା କିନ୍ତୁ ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଫଳରେ ସେବାୟତମାନେ ଭୁବନେଶ୍ୱର ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ଗତ ଜୁନ ୧୯ ତାରିଖ ପୂର୍ବାହ୍ନ ୭ଟାରେ ମହାପ୍ରଭୁଙ୍କ ମନ୍ଦିର ବେଢ଼ାରୁ ପଦଯାତ୍ରା ଆରମ୍ଭ କରଥିଲେ ା ପରେ ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ପହଞ୍ଚି ସେବାୟତମାନଙ୍କୁ ବୁଝାଇ ଶୁଝାଇ ଅଧାରାସ୍ତାରୁ ଫେରାଇ ଆଣିଥିଲେ ା ଏହାପରେ ରାଜସ୍ବ ମନ୍ତ୍ରୀ ମାର୍ଣ୍ଡିଙ୍କ ଉଦ୍ୟମରେ ଗତ ଜୁନ ୨୯ ତାରିଖରେ ସେବାୟତମାନେ ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କ ଦାବିଗୁଡିକ ଶୁଣିବା ସହିତ ପୂରଣ କରିବାକୁ ବିଚାର କରାଯିବ ବୋଲି କହିଥିଲେ। ସେହିପରି ରଥଯାତ୍ରା ସରିବା ପରେ ଜୁଲାଇ ୧୭ ତାରିଖରେ ଭୁନଶ୍ୱେରରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସେବାୟତ ବୃନ୍ଦ ଓ ବିଭିନ୍ନ ଅଧିକାରୀଙ୍କୁ ନେଇ ପୁନର୍ବାର ଏକ ବୈଠକ ଅନୁଷ୍ଠିତ ହୋଇ ଏଥିରେ ସମସ୍ତ ଆଲୋଚନା କରାଯିବ। ଦାବି ପୂରଣ ହେବା ପରେ ମୁଖ୍ୟମନ୍ତ୍ରୀ ବାରିପଦା ଆସିବେ ବୋଲି ସେବାୟତମାନଙ୍କୁ କହିଥିଲେ। ତେବେ ପ୍ରତିଶ୍ରୁତି ମୁତାବକ ଗତ ୧୭ ତାରିଖରେ ଆଇନ ମନ୍ତ୍ରୀ ଜେନା କୌଣସି ବୈଠକର ଆୟୋଜନ କରି ନ ଥିବାରୁ ପୁନର୍ବାର ଭୁବନେଶ୍ୱରକୁ ପଦଯାତ୍ରାରେ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବା ପାଇଁ ସେମାନେ ପଦଯାତ୍ରାରେ ବାହାରିଥିତ୍ବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?