ପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକ

ଆନନ୍ଦପୁର,୧୦। ୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀ ଭଣ୍ଡାରିଡିହା ଏବଂ ଶାମୁକାନେଣ୍ଡି ପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଏବଂ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଜିଲା ବିଜେଡି ସଭାପତି ବିମ୍ବାଧର ବିଶ୍ୱାଳ, ଜିଲା ବିଜେଡି ସମ୍ପାଦକ ମନ୍ମଥ ରାଉତ, ଜିଲା ଟ୍ରକ ମାଲିକ ସଂଘ ସଭାପତି ରମାକାନ୍ତ ନାୟକ ପ୍ରମୁଖ ସାମିଲହୋଇ ପଞ୍ଚାୟତର ବିଭିନ୍ନ ଅଞ୍ଚଳକୁ ପଦଯାତ୍ରା କରିଥିଲେ। ଏହି ଅବସରରେ ଦୁଇ ହଜାରରୁ ଊର୍ଦ୍ଧ୍ୱ ବିଜେଡି ସମର୍ଥକମାନେ ସାମିଲ ହୋଇ ସ୍ଲୋଗାନ ଦେଇଥିଲେ। ପରେ ଭଣ୍ଡାରିଡିହାଠାରେ ଏକ ପଥପ୍ରାନ୍ତ ସଭାରେ ବିଧାୟକ ପାତ୍ର ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ସୂଚନା ଦେଇଥିଲେ। ରାଜ୍ୟ ସରକାର ଗରିବମାନଙ୍କ ସରକାର ବୋଲି ଅଭିହିତ କରିବା ସହିତ ସମସ୍ତ ହିତାଧିକାରୀମାନେ ନିଜର ହକ୍‌ ହାସଲ ପାଇଁ ଗ୍ରାମସଭାରେ ସ୍ବର ଉତ୍ତୋଳନ କରିବାକୁ ପରାମର୍ଶ ଦେଇଥିଲେ। ସମସ୍ତ ସରକାରୀ ସୁବିଧା ହାସଲ କରିବାକୁ ହେଲେ ଆଗାମୀ ଦିନରେ ରାଜ୍ୟ ସରକାରଙ୍କୁ ବିପୁଳମାତ୍ରାରେ ସମର୍ଥନ ଜଣାଇବା ପାଇଁ ବିଧାୟକ ପାତ୍ର ସୂଚନା ଦେଇଥିଲେ। ଏହି ପଦଯାତ୍ରାରେ ବହୁ ସଂଖ୍ୟାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri