Posted inଜାତୀୟ

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଥିବା ମିଲିନ୍ଦ ଦଳକୁ କେନ୍ଦ୍ରୀୟ ସ୍ତରରେ ମଜଭୁତ କରିବା ଦିଗରେ କାର୍ଯ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ମୁମ୍ବାଇରେ ଦଳର ଦେଖାଶୁଣା ପାଇଁ ୩ ଜଣ ବରିଷ୍ଠ ନେତାଙ୍କୁ ନେଇ ଏକ ଅସ୍ଥାୟୀ କମିଟି କରିବା ଲାଗି ସେ ସୁପାରିସ୍‌ କରିଛନ୍ତି। ଲୋକ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରାଜନୈତିକ ବାସ୍ତବତା ବଦଳିଯାଇଛି। ଏବେ ସମୟର ଆବଶ୍ୟକତାକୁ ଚାହିଁ ବିଭିନ୍ନ ଭୂମିକା ନେବାକୁ ପ୍ରସ୍ତୁତ ରହିବା ଆବଶ୍ୟକ ବୋଲି ମିଲିନ୍ଦ କହିଛନ୍ତି। ଜୁନ୍‌ ୨୬ରେ ସେ ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ସଭାପତି ପଦ ଛାଡିବା ପାଇଁ ଇଚ୍ଛାପ୍ରକାଶ କରିଥିଲେ।
ମିଲିନ୍ଦ ଇସ୍ତଫା ଦେବାର କିଛି ସମୟ ପରେ ଏଆଇସିସି ସାଧାରଣ ସମ୍ପାଦକ ପଦବୀରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ଲୋକ ସଭା ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ସେ ନିଜକୁ ଦାୟୀ କରିଛନ୍ତି। ତାଙ୍କ ଉପରେ ଆସ୍ଥା ରଖି ସାଧାରଣ ସମ୍ପାଦକ ଭାବେ ଦଳ ପାଇଁ କାର୍ଯ୍ୟ କରିବାର ସୁଯୋଗ ଦେଇଥିବାରୁ କଂଗ୍ରେସର କାମଚଳା ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri