Posted inଜାତୀୟ

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଥିବା ମିଲିନ୍ଦ ଦଳକୁ କେନ୍ଦ୍ରୀୟ ସ୍ତରରେ ମଜଭୁତ କରିବା ଦିଗରେ କାର୍ଯ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ମୁମ୍ବାଇରେ ଦଳର ଦେଖାଶୁଣା ପାଇଁ ୩ ଜଣ ବରିଷ୍ଠ ନେତାଙ୍କୁ ନେଇ ଏକ ଅସ୍ଥାୟୀ କମିଟି କରିବା ଲାଗି ସେ ସୁପାରିସ୍‌ କରିଛନ୍ତି। ଲୋକ ସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ରାଜନୈତିକ ବାସ୍ତବତା ବଦଳିଯାଇଛି। ଏବେ ସମୟର ଆବଶ୍ୟକତାକୁ ଚାହିଁ ବିଭିନ୍ନ ଭୂମିକା ନେବାକୁ ପ୍ରସ୍ତୁତ ରହିବା ଆବଶ୍ୟକ ବୋଲି ମିଲିନ୍ଦ କହିଛନ୍ତି। ଜୁନ୍‌ ୨୬ରେ ସେ ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ସଭାପତି ପଦ ଛାଡିବା ପାଇଁ ଇଚ୍ଛାପ୍ରକାଶ କରିଥିଲେ।
ମିଲିନ୍ଦ ଇସ୍ତଫା ଦେବାର କିଛି ସମୟ ପରେ ଏଆଇସିସି ସାଧାରଣ ସମ୍ପାଦକ ପଦବୀରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ଲୋକ ସଭା ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ସେ ନିଜକୁ ଦାୟୀ କରିଛନ୍ତି। ତାଙ୍କ ଉପରେ ଆସ୍ଥା ରଖି ସାଧାରଣ ସମ୍ପାଦକ ଭାବେ ଦଳ ପାଇଁ କାର୍ଯ୍ୟ କରିବାର ସୁଯୋଗ ଦେଇଥିବାରୁ କଂଗ୍ରେସର କାମଚଳା ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri