Posted inଭଦ୍ରକ

ପଦାରେ ପଡ଼ିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ

ଭଦ୍ରକ ଅଫିସ, ୨୦।୨- ପୁରୀରେ ରାଜ୍ୟ ପ୍ରଭାରୀ ଓ ପିସିସି ମୁଖିଆଙ୍କ ଉପସ୍ଥିତିରେ କଂଗ୍ରେସର ଦୁଇଗୋଷ୍ଠୀ ହାତାହାତି ହୋଇଥିଲେ। ଏହି ଘଟଣାର ସମାଧାନ ନ ହେଉଣୁ ବୁଧବାର ଭଦ୍ରକ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗସ୍ତ ପୂର୍ବରୁ ମଧ୍ୟାହ୍ନରେ ଜିଲା କାର୍ଯ୍ୟାଳୟରେ କଂଗ୍ରେସର ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଏଥିରେ ପୂର୍ବତନ ଜିଲା ଛାତ୍ର ସଭାପତି ବଳରାମ ରାଉତ ଆହତ ହୋଇଛନ୍ତି। ଏ ନେଇ ଟାଉନ ଥାନାରେ ସେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ କଂଗ୍ରେସର ଗୋଷ୍ଠୀ କନ୍ଦଳ ପଦାରେ ପଡ଼ିଛି ବୋଲି ଚର୍ଚ୍ଚା ହେଉଛି।
ପ୍ରକାଶ ଯେ, ଭଦ୍ରକ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାର ଥିଲା। ଏଥିରେ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପ୍ରଦୀପ ମାଝୀ, ସହପ୍ରଭାରୀ ରୁଦ୍ର ରାଜୁ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ସେମାନଙ୍କ ଗସ୍ତ ପୂର୍ବରୁ କାର୍ଯ୍ୟାଳୟ ପରିସରରେ ପୂର୍ବତନ ଜିଲା ଛାତ୍ର କଂଗ୍ରେସ ସଭାପତି ବଳରାମ ଓ ତାଙ୍କ ସମର୍ଥକଙ୍କ ଉପରେ ବିପକ୍ଷ ଗୋଷ୍ଠୀ ଆକ୍ରମଣ କରିଥିଲେ। କଂଗ୍ରେସର ଅନ୍ୟ ଏକ ଗୋଷ୍ଠୀ ମାଡ଼ ମାରିଥିଲେ। ଆକ୍ରମଣରେ ବଳରାମଙ୍କ ସମେତ ଅନ୍ୟମାନଙ୍କ ଶାର୍ଟ ଓ ପ୍ୟାଣ୍ଟ ଚିରି ଦିଆଯାଇଥିବା ଏତଲାରେ ଦର୍ଶାଯାଇଛି। ପିସିସି ସଭାପତି ପହଞ୍ଚିବା ପରେ ଚାନ୍ଦବାଲିର କେତେଜଣ ନେତା ଓ କର୍ମୀ ପ୍ରଭାରୀ ଜିତେନ୍ଦ୍ରଙ୍କୁ ସଭାପତିଙ୍କ ବିରୋଧରେ ଫେରାଦ ହେବାକୁ ଯାଉଥିବାବେଳେ ସେମାନଙ୍କୁ ମଧ୍ୟ ଠେଲାପେଲା କରାଯାଇଥିଲା। ଅନ୍ୟପକ୍ଷେ ମଙ୍ଗଳବାର ରାତିରେ ଭଦ୍ରକ ଟାଉନରେ କଂଗ୍ରେସ ବିରୋଧରେ ହୋର୍ଡିଂ ମରାଯାଇଥିବା ଦେଖିବାକୁ ମିଳିଥିଲା। ନିରଞ୍ଜନ ହଟାଓ, କଂଗ୍ରେସ ବଞ୍ଚାଓ ଏବଂ ନିରଞ୍ଜନ ଗୋ ବ୍ୟାକ ଲେଖାଯାଇଥିବା କିଛି ହୋର୍ଡିଂ ବିଭିନ୍ନ ସ୍ଥାନରେ ମରାଯାଇଥିଲା। ଏଥିରୁ କଂଗ୍ରେସର ଗୋଷ୍ଠୀ କନ୍ଦଳ ପଦାରେ ପଡ଼ିଥିବା ଚର୍ଚ୍ଚା ହେଉଥିବାବେଳେ ସଭାପତି ନିରଞ୍ଜନ ଏହାକୁ ଖଣ୍ଡନ କରିଛନ୍ତି। ଏହା ଦଳ ବାହାର ଲୋକଙ୍କ କାମ ବୋଲି ସେ କହିଛନ୍ତି। ଦଳୀୟ କର୍ମୀଙ୍କୁ ତୃଣମୂଳସ୍ତରରୁ ସୁଦୃଢ଼ ହେବାକୁ କହି ସେ ଏହାକୁ ହାଲୁକା ଭାବେ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri