ପଦୋନ୍ନତି ଅଦାଲତ ଗଠନ କଲେ ସରକାର: ଠିକ୍‌ ସମୟରେ ପ୍ରକ୍ରିୟା ସାରିବାକୁ ଗୁରୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ)- ରାଜ୍ୟ ସରକାର କର୍ମଚାରୀଙ୍କ ପଦୋନ୍ନତି ସମସ୍ୟା ସମାଧାନ ପାଇଁ ‘ପଦୋନ୍ନତି ଅଦାଲତ’ ଗଠନ କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ ଅବଗତ କରାଯାଇଛି। ନିକଟରେ ସରକାର ବିଭିନ୍ନ ବର୍ଗର କର୍ମଚାରୀ ଯେପରି ଠିକ୍‌ ସମୟରେ ପଦୋନ୍ନତି ପାଇବେ ସେଥିପାଇଁ ନିର୍ଦ୍ଦେଶ ଦେଇଥିଲେ। ପ୍ରତିବର୍ଷ ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ସମ୍ପର୍କିତ ପ୍ରକ୍ରିୟା ସାରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି କଡ଼ା ନିର୍ଦ୍ଦେଶ ମଧ୍ୟ ପ୍ରଶାସନରେ ପ୍ରତିଫଳିତ ହୋଇଥିଲା। ଏହା ଦ୍ୱାରା ରାଜ୍ୟର ୩୧୬୬ କର୍ମଚାରୀ ଗତ ଡିସେମ୍ବର ୩୧ ପୂର୍ବରୁ ପଦୋନ୍ନତି ପାଇଥିଲେ। ଏହି ସମୟ ମଧ୍ୟରେ ଯେଉଁମାନେ ପଦୋନ୍ନତି ପାଇପାରି ନାହାନ୍ତି, ତାହାକୁ ତ୍ୱରାନ୍ବିତ କରିବାରେ ଏହି ଅଦାଲତ ସହାୟକ ହେବ ବୋଲି ଆଶା କରାଯାଉଛି। ବିଭିନ୍ନ ବିଭାଗର ପ୍ରଶାସନିକ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବମାନଙ୍କ ଅଧ୍ୟକ୍ଷତାରେ ପଦୋନ୍ନତି ଅଦାଲତ ଗଠନ କରାଯିବ। ପ୍ରତିବର୍ଷ ଜାନୁୟାରୀ ମାସର ଚତୁର୍ଥ ସପ୍ତାହରେ ପଦୋନ୍ନତି ଅଦାଲତର ବୈଠକ ବସିବ। କୌଣସି କାରଣରୁ ପଦୋନ୍ନତି ପାଇପାରି ନ ଥିବା କର୍ମଚାରୀମାନଙ୍କ ସମସ୍ୟାର ସମାଧାନ ଅଦାଲତ ଜରିଆରେ କରାଯିବ। ଉଲ୍ଲେଖଯୋଗ୍ୟ, ବିଭିନ୍ନ କାରଣରୁ ପଦୋନ୍ନତି ପାଇ ପାରି ନ ଥିବା କର୍ମଚାରୀମାନେ ଅଦାଲତର ଦ୍ୱାରସ୍ଥ ହୋଇଥାଆନ୍ତି। ତେଣୁ ଏହି ଅଦାଲତ ଗଠିତ ହେବା ଦ୍ୱାରା କର୍ମଚାରୀମାନେ ଶୀଘ୍ର ନ୍ୟାୟ ପାଇପାରିବେ ବୋଲି ଆଶା କରାଯାଉଛି। ସରକାରଙ୍କ ଏହି ନିଷ୍ପତ୍ତିକୁ ସବୁ ମହଲରେ ସ୍ବାଗତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଦତ୍ତ ୫-ଟି ମନ୍ତ୍ରକୁ ଏହି ପ୍ରକ୍ରିୟାରେ କାର୍ଯ୍ୟ କରାଯିବ। ଏହା ସମ୍ପୂର୍ଣ୍ଣ ପଦୋନ୍ନତିରେ ସଂସ୍କାର ଏବଂ ସ୍ବଚ୍ଛତା ଆଣିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri