ପଦ୍ମନାଭପୁର ପଞ୍ଚାୟତରେ ଚାଲିଥିଲା ଶୁଦ୍ଧିକ୍ରିୟା ଭୋଜି: ଚଢ଼ାଉ କରି ଖାଦ୍ୟ ସମେତ ସରଞ୍ଜାମ ଜବତ କଲା ପ୍ରଶାସନ

ଦିଗପହଣ୍ଡି,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମର ରତନା ପ୍ରଧାନଙ୍କ ମୃତ୍ୟୁପରେ ଶୁକ୍ରବାର ପରିବାର ଲୋକଙ୍କ ପକ୍ଷରୁ ଦ୍ୱାଦଶାହ ଭୋଜି ଚାଲିଥିଲା। ଖବର ପାଇ ବିଡିଓ ହଳଧର ଶବର ଦିଗପହଣ୍ଡି ପୋଲିସ ସହାୟତାରେ ଗ୍ରାମରେ ଚଢ଼ାଉକରି ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ଉପସ୍ଥିତିରେ ଭୋଜି ପାଇଁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ଓ ସମସ୍ତ ସରଞ୍ଜାମକୁ ଜବତ କରିଥିବା ଜଣାପଡିଛି। ଏ ନେଇ ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଶୁଦ୍ଧିକ୍ରିୟା ଭୋଜି କରୁଥିବା ପରିବାରଙ୍କ ସମେତ ସେମାନଙ୍କ ସମ୍ପର୍କୀୟଙ୍କୁ କରୋନା ଭୂତାଣୁର ଭୟାବହତା ସମ୍ପର୍କରେ ସଚେତନ କରାଯାଇଥିଲା। ଏ ନେଇ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସହାୟତାରେ ଗ୍ରାମବାସୀଙ୍କୁ ସଚେତନ କରାଯାଇଛି। ଭୋଜିରେ ସାମାଜିକ ଦୂରତା ଅବଲମ୍ବନ କରାଯିବା ସମ୍ଭବ ନ ଥିବାରୁ ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି, ଗାଁ ମୁଖିଆ ଏବଂ ୱାର୍ଡ ସଭ୍ୟଙ୍କୁ ଡକାଇ ତହସିଲଦାର ଓ ବିଡିଓ ଗ୍ରାମବାସୀଙ୍କୁ ବୁଝାଇବା ପରେ ପୋଲିସ ପ୍ରଶାସନ ଫେରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri