ପଦ୍ମପୁରରେ ବ୍ୟାପୁଛି ଝାଡାବାନ୍ତି: ୨ ଦିନରେ ୩୦ ଆକ୍ରାନ୍ତ

ପଦ୍ମପୁର, ୧୨।୯(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ମାରିଗୁଡ଼ା ଓ ବହୁପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗତ ଦୁଇ ଦିନ ମଧ୍ୟରେ ଉଭୟ ଗ୍ରାମରେ ୩୦ରୁ ଊର୍ଦ୍ଧ୍ୱ ରୋଗୀ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଗୁଣପୁର ମେଡିକାଲକୁ ପଠାଯାଇଛି। ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଦୁଇଟି ଗାଁକୁ ଯାଇ ଜଳ ଓ ମଳ ନମୁନା ସଂଗ୍ରହ କରିଛି।
ପ୍ରକାଶ ଯେ, କିଛିଦିନ ହେବ ପଦ୍ମପୁର ଜିଲାରେ ଲଗାଣ ବର୍ଷା ଲାଗି ରହିଛି। ଏହା ଫଳରେ ଗାଁରେ ଝାଡାବାନ୍ତି ବ୍ୟାପୁଛି। ଏଥିରେ ଉଭୟ ଗାଁର ୩୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କୁ ପଦ୍ମପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ହେମା ଧୋବା ଓ ରାମ ଶବରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଗୁଣପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ମେଡିକାଲ ଟିମ୍‌ ବହୁପଦର ଓ ମାରିଗୁଡ଼ା ଗାଁକୁ ଯାଇ ଜଳ ଓ ରୋଗୀଙ୍କ ମଳ ନମୂନା ସଂଗ୍ରହ କରି ଲ୍ୟାବକୁ ପଠାଇଛନ୍ତି। ମେଡିକାଲ ଟିମ୍‌ ପକ୍ଷରୁ ଉଭୟ ଗ୍ରାମରେ ଓଆର୍‌ଏସ୍‌, ଜିଙ୍କ୍‌ ପାଉଡର ସହ ଔଷଧ ବିତରଣ କରାଯାଇଛି। ଏଥିସହ ଉଭୟ ଗାଁର ସମସ୍ତ କୂଅ ଓ ପୋଖରୀରେ ବ୍ଲିଚିଂ ପାଉଡ଼ର ପକାଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ସୌମ୍ୟ ରଞ୍ଜନ ପତି, ବିପିଓ ମନୋଜ ପଣ୍ଡା, ସଫରା ରାଇକା, ଏଲ୍‌ଏଚ୍‌ଭି ତିଳୋତ୍ତମା ପ୍ରମୁଖ ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ଡାଇରିଆ ସମ୍ପର୍କରେ ସଚେତନ କରାଇଛନ୍ତି। ତେବେ ପାଗ ଖରାପ ଥିବାରୁ ରାତି ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସନ୍ଦେହ କରାଯାଉଛି। ସୂଚନାଯୋଗ୍ୟ ଯେ, ଗତ ମାସ ୮ ତାରିଖରେ ମଧ୍ୟ ପଦ୍ମପୁର ଅଞ୍ଚଳରେ ଏଭଳି ଡାଇରିଆ ବ୍ୟାପିଥିଲା।

ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri