Posted inଜାତୀୟ

ପଦ୍ମଶ୍ରୀ ପୁରସ୍କାରକୁ ସାଧାରଣ ଜନତାଙ୍କୁ ଉତ୍ସର୍ଗ କଲେ ଏକ ଟଙ୍କିଆ ଡାକ୍ତର

କୋଲକାତା,୨୭।୧: ପଶ୍ଚିମବଙ୍ଗର ବୋଲପୁରରେ ‘ଏକ ଟଙ୍କିଆ ଡାକ୍ତର’ଭାବେ ପରିଚିତ ଡାକ୍ତର ସୁଶୋଭନ ବାନାର୍ଜୀ ସେଠାକାର ଗରିବଙ୍କ ପାଇଁ ଦ୍ୱିତୀୟ ଈଶ୍ୱର। ମାତ୍ର ଏକ ଟଙ୍କା ଫି ନେଇ ସେ ରୋଗୀଙ୍କର ଚିକିତ୍ସା କରିଥାଆନ୍ତି। ଏହି ସମାଜ ସେବା ପାଇଁ ଏବେ ଡାକ୍ତର ସୁଶୋଭନଙ୍କୁ ମିଳିଛି ପଦ୍ମଶ୍ରୀ ପୁରସ୍କାର। ଆଉ ଏହି ପୁରସ୍କାରକୁ ସେ ତାଙ୍କ ନିକଟରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ଉତ୍ସର୍ଗ କରିଥିବା କହିଛନ୍ତି। ସେ କହିଛନ୍ତି ଯେଉଁ ସାଧାରଣ ଜନତାଙ୍କ ପାଇଁ ମୁଁ ମୋ ଜୀବନ ସମର୍ପିତ କରିଛି ସେହିମାନଙ୍କୁ ଏହି ପଦ୍ମ ପୁରସ୍କାର ଉତ୍ସର୍ଗ କରୁଛି। ଚଳିତବର୍ଷ ପଶ୍ଚିମବଙ୍ଗର ୪ ଜଣଙ୍କୁ ପଦ୍ମଶୀ ପୁରସ୍କାର ପାଇଁ ମନୋନୀତ କରାଯାଇଥିବା ବେଳେ ଡାକ୍ତର ସୁଶୋଭନ ଅନ୍ୟତମ। ୫୭ ବର୍ଷ ହେବ ସେ ରୋଗୀ ସେବା କରୁଛନ୍ତି। ଆଉ ଆଜି ସେହିମାନଙ୍କ ପାଇଁ ତାଙ୍କୁ ପଦ୍ମଶ୍ରୀ ମିଳିଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଡାକ୍ତରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପଦ୍ମଶ୍ରୀ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଣବ ତାଙ୍କୁ ଛୋଟ ଭାଇ ବୋଲି କହୁଥିବା ବେଳେ ଉଭୟଙ୍କ ମଧ୍ୟରେ ରହିଛି ଭଲ ସମ୍ପର୍କ।


Enter your email to get our daily news in your inbox.

All Right Reserved By Dharitri.Com

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri